ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରବିବାର ରାତି ୮ଟାରେ ୪୮ ଘଣ୍ଟିଆ ଶଟ୍ଡାଉନ୍ ଉଠିବା ପରେ ରାଜଧାନୀ ଭୁବନେଶ୍ୱରରେ ପୁଣି ଅମାନିଆ ଗାଡ଼ି ଚାଳକଙ୍କ ମନମାନି ଦେଖିବାକୁ ମିଳିଛି। ସରକାରଙ୍କ କଡ଼ା ନିର୍ଦ୍ଦେଶ ସତ୍ତ୍ୱେ ବିନା କାରଣରେ କିଛି ଲୋକ ବାହାରେ ବୁଲୁଛନ୍ତି। ତେବେ କମିଶନରେଟ୍ ପୁଲିସ୍ ଏଭିଳି ଅମାନିଆ ଲୋକଙ୍କ ଗାଡ଼ି ସିଜ୍ କରିବା ସହ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।
ଲକ୍ଡାଉନ୍ ନିୟମ ଉଲ୍ଲଙ୍ଘନ କରିବାରୁ ପୁଲିସ୍ ଆଜି ୬୩୭ଟି ଗାଡ଼ି ସିଜ୍ କରିଛି। ଭୁବନେଶ୍ୱର ଡିସିପି ଅନୁପ ସାହୁ ଏହି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ବଜାରକୁ ପରିବା ଓ ଗ୍ରୋସରୀ ଆଦି କିଣିବାକୁ ଗଲେ ଗାଡ଼ି ନ ନେବାକୁ ଭୁବନେଶ୍ୱର ଡିସିପି କହିଛନ୍ତି। ଏଥିସହ ଭୟଭୀତ ହୋଇ ବଜାରରୁ କିଣାକିଣି ନ କରିବାକୁ ମଧ୍ୟ ସେ ଲୋକଙ୍କୁ ପରାମର୍ଶ ଦେଇଛନ୍ତି। ଅତ୍ୟାବଶ୍ୟକ ଦୋକାନ ଖୋଲା ରହିବ। ପରିବାରର ଜଣେ ସଦସ୍ୟ ବଜାର ଆସନ୍ତୁ ଓ ସାମାଜିକ ଦୂରତ୍ୱ ରକ୍ଷା କରନ୍ତୁ। ଅମାନିଆ ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିସିପି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।
Health
ରସୁଣକୁ ଦେଶୀ ଘିଅରେ ଭାଜି ଖାଆନ୍ତୁ, ଏହି ସବୁ ସ୍ୱାସ୍ଥ୍ୟଗତ ସମସ୍ୟାର କରିଥାଏ ସମାଧାନ
ରସୁଣ ହେଉଛି ଆଣ୍ଟିବ୍ୟାକ୍ଟେରିଆଲ, ଆଣ୍ଟିଫଙ୍ଗଲ ଓ ଆଣ୍ଟିଭାଇରାଲ।
Health
କଞ୍ଚା କ୍ଷୀର ପିଉଛନ୍ତି କି? ରୁହନ୍ତୁ ସାବଧାନ
ଆମେରିକାର ଫୁଡ୍ ଡ୍ରଗ୍ ଆଣ୍ଡ ଆଡମିନିଷ୍ଟ୍ରେସନ (ଏଫ୍ଡିଏ) ସମେତ ଆଉ କିଛି ସଂସ୍ଥା କରିଥିବା ଗବେଷଣାରୁ ଜଣାପଡ଼ିଛି ଯେ କଞ୍ଚା କ୍ଷୀରରେ ପ୍ରୋବାୟୋଟିକ୍ସ ନଥାଏ।