କୋରାପୁଟ(ସୂର୍ଯ୍ୟ ପଣ୍ଡା): ହରିଆଣା ଚାଲାଣ ହୋଇଥାଆନ୍ତା। କୌଣସି ସୂତ୍ରରୁ ଖବର ପାଇ ଅଚାନକ ପୁଲିସ ଚଢ଼ଉ କରି ୯ କ୍ୱିଣ୍ଟାଲ୍ ୨୧ କେଜି ଗଞ୍ଜେଇ ଜବତ କରିଛି। ଏଥିସହିତ ଟ୍ରକ୍, ପିକ୍ଅପ୍ ଭେନ ଓ ୟାମା ବାଇକ ଜବତ କରିଛି। ଏହି ଘଟଣାରେ ସେମିଳିଗୁଡ଼ା ଥାନା ପୁଲିସ ଜଣକୁ ଅଟକ ରଖି ପଚରାଉଚରା କରୁଛି।
କୋରାପୁଟ ଜିଲ୍ଲା ସେମିଳିଗୁଡାଠାରୁ ୬ କିମି ଦୂର କୋକ୍ରିଗୁଡା-ପାକଝୋଲା ରାସ୍ତାରେ ଗତକାଲି ବିଳମ୍ବିତ ରାତିରେ ଗାଡ଼ିରେ ଗଞ୍ଜେ ଲୋଡିଂ ହେଉଥିଲା। ଏ ସମ୍ପର୍କରେ ପୁଲିସ ଜାଣିପାରି ଅଚାନକ ଚଢ଼ଉ କରିଥିଲା। ପୁଲିସକୁ ଦେଖି ଗଞ୍ଜେଇ ମାଫିଆମାନେ ଅନ୍ଧାରର ସୁଯୋଗ ନେଇ ଚମ୍ପଟ ମାରିଥିଲେ। ତେବେ ଜଣକୁ ମାଡ଼ି ବସିଥିଲା ପୁଲିସ। ତା’ ମାଧ୍ୟମରେ ଅଭିଯୁକ୍ତଙ୍କ ଧରିବାକୁ ପୁଲିସ ଉଦ୍ୟମ ଜାରି ରଖିଛି।
ଅଭିଯୁକ୍ତମାନଙ୍କୁ ଖୁବ୍ଶୀଘ୍ର ଗିରଫ କରାଯିବ ବୋଲି ସେମିଳିଗୁଡା ଥାନା ଅଧିକାରୀ ଧିରେନ ବେହେରା କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’
Crime
ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଆ ଶ୍ରମିକ; ମା’ ଆଣିଲେ ହତ୍ୟା ଅଭିଯୋଗ
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ।
Miscellaneous
ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର
ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।