Advertisment

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୮ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ହେଉଥିବା ବେଳେ ଆଜି ୪ଟି ଲୋକସଭା ସହ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ମତଦାନ ଚାଲିଛି। ଏହି ୪ଟି ଲୋକସଭା ଆସନ ହେଲା- କଳାହାଣ୍ଡି, କୋରାପୁଟ, ବ୍ରହ୍ମପୁର ଓ ନବରଙ୍ଗପୁର। ତେବେ ଇଭିଏମ୍‌ରେ ଯାନ୍ତ୍ରିକ  […]

author-image
Rajalaxmi Sahu
ଅଦ୍ୟତନ ହୋଇଛି
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ

vote-1

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାଧାରଣ ନିର୍ବାଚନ ପାଇଁ ଆଜି ଦେଶର ୧୮ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳରେ ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ହେଉଥିବା ବେଳେ ଆଜି ୪ଟି ଲୋକସଭା ସହ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ମତଦାନ ଚାଲିଛି। ଏହି ୪ଟି ଲୋକସଭା ଆସନ ହେଲା- କଳାହାଣ୍ଡି, କୋରାପୁଟ, ବ୍ରହ୍ମପୁର ଓ ନବରଙ୍ଗପୁର।

Advertisment

ତେବେ ଇଭିଏମ୍‌ରେ ଯାନ୍ତ୍ରିକ  ତ୍ରୁଟି ଯୋଗୁଁ ବିଭିନ୍ନ ମତଦାନ କେନ୍ଦ୍ରରେ ମତଦାନ ବିଳମ୍ବ ହୋଇଥିବା ସୂଚନା ମିଳିଛି। କୋରାପୁଟ ଜିଲ୍ଲା ଜୟପୁର ପାରାବେଡ଼ା ହାଇସ୍କୁଲର ୧୬୨ ନମ୍ବର ବୁଥ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ମତଦାନ ବିଳମ୍ବ ହୋଇଥିବା ଜଣାପଡ଼ିଛି। ସେହିପରି ଚିତ୍ରକୋଣ୍ଡା ୟୁପି ସ୍କୁଲର ୨୧୧ ନମ୍ବର ବୁଥ୍‌ରେ ମଧ୍ୟ ମତଦାନ ବିଳମ୍ବ ହୋଇଥିବା ଜଣାପଡ଼ିଛି।

ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ଆସନ ପାଇଁ ୨୬ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି। ସେହିପରି ୨୮ଟି ବିଧାନସଭା ଆସନ ପାଇଁ ୧୯୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ମୋଟ୍ ୬୦ଲକ୍ଷ ୩  ହଜାର ୭୦୭ ଜଣ ମତଦାତା ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରୁ ମହିଳା ଭୋଟର୍‌ଙ୍କ ସଂଖ୍ୟା ହେଉଛି ୩୦ ଲକ୍ଷ ୩୦ ହଜାର ୨୨୨। ସୁରୁଖୁରୁରେ ମତଦାନ ପାଇଁ ୭ ହଜାର ୨୩୩ଟି ପୋଲିଂ ବୁଥ୍ କରାଯାଇଛି।  ଏହା ମଧ୍ୟରୁ ୨୩ଶହ ୭୫ଟି ଅତି ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ ହୋଇଛି।

Advertisment

ମତଦାନ ସଂଧ୍ୟା ୬ଟାରେ ଶେଷ ହେବ। ତେବେ ନକ୍ସଲ ପ୍ରବଣ ଓ ଦୁର୍ଗମ ଅଞ୍ଚଳରେ ଅପରାହ୍ଣ ୪ଟାରେ ମତଦାନ ଶେଷ ହେବ।  ଚଳିତ ନିର୍ବାଚନରେ ପ୍ରଥମ ଥର ଲାଗି ସବୁ ବୁଥ୍‌ରେ ଇଭିଏମ୍‌ ସହ ଭିଭିପ୍ୟାଟ୍‌କୁ ସଂଯୋଗ କରାଯାଇଛି।  ଫଳରେ ଭୋଟର୍‌ମାନେ କେଉଁ ପ୍ରାର୍ଥୀଙ୍କୁ ଭୋଟ୍ ଦେଲେ, ତାହା ଭିଭିପ୍ୟାଟ୍‌ ସ୍କ୍ରିନ୍‌ରେ ଦେଖିପାରିବେ।

ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ୟାୟରେ ଓଡ଼ିଶା ସମେତ ୨୦ଟି ରାଜ୍ୟର ୯୧ଟି ଲୋକସଭା ଆସନ ପାଇଁ ମତଦାନ ହେଉଛି। ସେହିପରି ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ସିକିମ୍ ଏବଂ ଅରୁଣାଚଳ ପ୍ରଦେଶରେ ବିଧାନସଭା ଆସନ ପାଇଁ ମଧ୍ୟ ମତଦାନ ଚାଲିଛି।