୧୩ଟି ଜିଲ୍ଲାରେ ହୋଇପାରେ ଝଡ଼ବର୍ଷା

ଭୁବନେଶ୍ୱର: ରାଜ୍ୟର ୧୩ଟି ଜିଲ୍ଲାରେ ଆଜି କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଜପତି ପ୍ରଭୃତି ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ଝଡ଼ବର୍ଷା ସହିତ ବଜ୍ରପାତ ବି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବାଂଲାଦେଶ ଓ […]

rain

Jitendra Garnayak
  • Published: Tuesday, 05 March 2019
  • , Updated: 05 March 2019, 10:43 AM IST

ଭୁବନେଶ୍ୱର: ରାଜ୍ୟର ୧୩ଟି ଜିଲ୍ଲାରେ ଆଜି କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଜପତି ପ୍ରଭୃତି ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ଝଡ଼ବର୍ଷା ସହିତ ବଜ୍ରପାତ ବି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ବାଂଲାଦେଶ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ୧୩ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

ସେହିପରି ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଏବଂ ୭ ତାରିଖରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

୮ ତାରିଖରୁ ପାଗ ପରିବର୍ତ୍ତନ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Related story