Advertisment

ସମ୍ଭାବ୍ୟ ବାତ୍ୟା: ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ, ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ରାଜ୍ୟରେ  ବାତ୍ୟା ଆସିବାର ଆଶଙ୍କା ଦେଖାଦେଇଛି। ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିବା ସହ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଆଜି ଜିଲ୍ଲାପାଳମାନଙ୍କ ସମେତ ଜଳସମ୍ପଦ, କୃଷି, ମତ୍ସ୍ୟ ଓ ପଶୁସମ୍ପଦ, ସମସ୍ତ ରାଜସ୍ୱ କମିଶନର, ପୁଲିସ ବିଭାଗକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ୟାସ୍‌ ସମ୍ବନ୍ଧୀୟ ଲାଇଭ୍‌ ଅପଡେଟ୍ ପାଇଁ କ୍ଲିକ କରନ୍ତୁ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ତଥା […]

ଅଦ୍ୟତନ ହୋଇଛି
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ନେଇପାରେ ବାତ୍ୟାର ରୂପ, ଓଡ଼ିଶା ପ୍ରତି ବିପଦ!

cyclone-burevi

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ରାଜ୍ୟରେ  ବାତ୍ୟା ଆସିବାର ଆଶଙ୍କା ଦେଖାଦେଇଛି। ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିବା ସହ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଆଜି ଜିଲ୍ଲାପାଳମାନଙ୍କ ସମେତ ଜଳସମ୍ପଦ, କୃଷି, ମତ୍ସ୍ୟ ଓ ପଶୁସମ୍ପଦ, ସମସ୍ତ ରାଜସ୍ୱ କମିଶନର, ପୁଲିସ ବିଭାଗକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Advertisment

ବାତ୍ୟା ୟାସ୍‌ ସମ୍ବନ୍ଧୀୟ ଲାଇଭ୍‌ ଅପଡେଟ୍ ପାଇଁ କ୍ଲିକ କରନ୍ତୁ

ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଆଜି ସମସ୍ତ ଜିଲ୍ଲାପାଳଙ୍କୁ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ସମ୍ପର୍କରେ ଅବଗତ କରାଇଛନ୍ତି ଯାହାକି ମେ’ ୨୪ତାରିଖ ସୁଦ୍ଧା ସାମୁଦ୍ରିକ ଝଡ଼ର ରୂପ ନେବାର ଆଶଙ୍କା ରହିଛି। ଏହି ବାତ୍ୟା ମେ’ ୨୬ତାରିଖରେ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ତେଣୁ ଏହାର ପ୍ରଭାବରେ ରାଜ୍ୟ ଉପକୂଳ ଜିଲ୍ଲାଗୁଡ଼ିକରେ ୨୫ତାରିଖ ବର୍ଷା ହେବା ସହ ଘଣ୍ଟାପ୍ରତି ୪୫ରୁ ୬୫କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି।

ମେ’ ୨୪ତାରିଖ ବେଳକୁ ଏହି ପବନର ବେଗ ବୃଦ୍ଧି ପାଇଁ ୬୫ରୁ ୮୫କିମି ପର୍ଯ୍ୟନ୍ତ ହୋଇପାରେ। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ର ଭିତରକୁ ଯାଇଛନ୍ତି ସେମାନଙ୍କୁ ମେ’ ୨୩ତାରିଖ ସୁଦ୍ଧା ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ପରାମର୍ଶ ଦିଆଯାଇଛି। ସହରାଂଚଳ ସମେତ ତଳିଆ ଅଂଚଳରେ ପାଣି ଜମିବା ଅବା ବନ୍ୟା ଭଳି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ବିଡ଼ିଓ, ତହସିଲଦାର, ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀମାନଙ୍କୁ ଆଲର୍ଟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷକରି ପାଣି ଜମିବାକୁ ଥିବା ତଳିଆ ଅଂଚଳ ଉପରେ କ୍ରମାଗତ ନଜର ରଖିବାକୁ ପରାମର୍ଶ ଦିଆଯାଇଛି। କୌଣସି ସ୍ଥାନରେ ବର୍ଷା ହେଲେ ତୁରନ୍ତ ଏସଆରସିଙ୍କ ଅଫିସକୁ ଜଣାଇବା ସହ ପରିସ୍ଥିତି ସମ୍ପର୍କରେ ଅବଗତ କରିବାକୁ  ପରାମର୍ଶ ଦିଆଯାଇଛି। ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍ କାର୍ଯ୍ୟକ୍ଷମକୁ ସୁନିଶ୍ଚିତ କରିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Advertisment
Cyclone Yaas
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe