Advertisment

ଆସିଲା ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ପୋଷ୍ଟମର୍ଟମ ରିପୋର୍ଟ। ସୌମ୍ୟଙ୍କ ପରିବାରକୁ ଦିଆଗଲା ପୋଷ୍ଟମର୍ଟମ ରିପୋର୍ଟ। କଟକ ମର୍କତନଗର ଥାନାରୁ ପୋଷ୍ଟମର୍ଟମ ରିପୋର୍ଟ ନେଲେ ପରିବାର। ସୌମ୍ୟଙ୍କ ଶରୀର ୯୫% ପୋଡ଼ି ଯାଇଥିବାରୁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ପାକସ୍ଥଳି ଖାଲି ଥିବା ଓ ସେଥିରୁ କୌଣସି ଦୁର୍ଗନ୍ଧ ନଥିବା ଉଲ୍ଲେଖ ରହିଛି। ପୋଷ୍ଟମର୍ଟମର ୬ ଘଣ୍ଟା ପୂର୍ବରୁ ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ଗତ ୧୨ ତାରିଖ ରାତିରେ […]

ଅଦ୍ୟତନ ହୋଇଛି
ଆହୁରି ରହିଛି  ଅନେକ ଅସମାହିତ ପ୍ରଶ୍ନ

soumaya

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ପୋଷ୍ଟମର୍ଟମ ରିପୋର୍ଟ। ସୌମ୍ୟଙ୍କ ପରିବାରକୁ ଦିଆଗଲା ପୋଷ୍ଟମର୍ଟମ ରିପୋର୍ଟ। କଟକ ମର୍କତନଗର ଥାନାରୁ ପୋଷ୍ଟମର୍ଟମ ରିପୋର୍ଟ ନେଲେ ପରିବାର। ସୌମ୍ୟଙ୍କ ଶରୀର ୯୫% ପୋଡ଼ି ଯାଇଥିବାରୁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ପାକସ୍ଥଳି ଖାଲି ଥିବା ଓ ସେଥିରୁ କୌଣସି ଦୁର୍ଗନ୍ଧ ନଥିବା ଉଲ୍ଲେଖ ରହିଛି। ପୋଷ୍ଟମର୍ଟମର ୬ ଘଣ୍ଟା ପୂର୍ବରୁ ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି।

Advertisment

ଗତ ୧୨ ତାରିଖ ରାତିରେ ସୌମ୍ୟ ଓ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ସରକାରୀ କ୍ୱାର୍ଟରରେ ଥିଲେ। ରାତି ପ୍ରାୟ ୯ଟା ବେଳେ ସୌମ୍ୟଙ୍କ ଦେହରେ ନିଆଁ ଲାଗି ଯାଇଥିଲା। ଏନେଇ ସୌମ୍ୟଙ୍କ ପତ୍ନୀ ବିଦ୍ୟା ଭାରତୀ ପଡ଼ୋଶୀଙ୍କୁ ସୂଚନା ଦେଇଥିଲେ। ତା’ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ପରେ ତାଙ୍କୁ କଟକର ଏକ ଘରୋଇ ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ୧୩ ତାରିଖ ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ତେବେ ସୌମ୍ୟଙ୍କ ଶରୀରରେ କେମିତି ଲାଗିଲା ନିଆଁ? ଏହାକୁ ନେଇ ପତ୍ନୀ ବିଦ୍ୟାଭାରତୀ ମୁହଁ ଖୋଲୁନଥିଲେ। ଯାହାକୁ ନେଇ ସୌମ୍ୟଙ୍କ ପରିବାର ବଦ୍ୟାଙ୍କ ବିରୋଧରେ ଆଣିଥିଲେ ସଙ୍ଗୀନ ଅଭିଯୋଗ। ମାନସିକ ଚାପ ଓ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କ ସହିତ ଅନୈତିକ ସମ୍ପର୍କ ରଖିଥିବା ସୌମ୍ୟଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। ପରବର୍ତ୍ତୀ ସମୟରେ ବିଦ୍ୟା ଓ ସଂଗ୍ରାମ ଏହାକୁ ଖଣ୍ଡନ କରିଥିଲେ। ତେବେ ସୌମ୍ୟଙ୍କ ବାପାଙ୍କ ଅଭିଯୋଗ ପରେ ପାରଳାଖେମୁଣ୍ଡି ଥାନା ପୁଲିସ ଓ କ୍ରାଇମବ୍ରାଞ୍ଚ ମିଳିତ ଭାବେ ତଦନ୍ତ କରିଥିଲେ। ଡିଏଫ୍‌ଓ, ବିଦ୍ୟାଭାରତୀ, ରୋଷେୟା, ବଲାଙ୍ଗିର ନେଇଥିବା କାର୍‌ ଚାଳକଙ୍କୁ ଜେରା କରାଯାଇଥିଲା। ଜେରା ପରେ ଡିଏଫ୍‌ଓଙ୍କୁ କ୍ଲିନ୍‌ଚିଟ୍‌ ଦେଇଥିଲେ ପାରଳାଖେମୁଣ୍ଡି ଏସ୍‌ପି

Advertisment
ACFO Death
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe