Advertisment

ଡଃ ପ୍ରଦୀପ ଦାଶ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ତଥା ବିଶିଷ୍ଟ ଲେଖକ ଡଃ ପ୍ରଦୀପ ଦାଶ ଚଳିତବର୍ଷର ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ପଣ୍ଡିତ ହରମୋହନ ଖୁଣ୍ଟିଆ ଓ ଲଲାଟମୋହନ ପଟ୍ଟନାୟକ ମଧ୍ୟ ସଙ୍ଗୀତ ଓ ଚିତ୍ରକଳା ପାଇଁ ପୁରସ୍କୃତ ହେବେ। ଆଜି ସନ୍ଧ୍ୟାରେ ଶାରଳା ପୁରସ୍କାର ଉପଦେଷ୍ଟା ପରିଷଦ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ଡଃ ଦାଶଙ୍କୁ ତାଙ୍କ ରଚିତ ‘ଚରୁ ଚିବର ଓ ଚର୍ଯ୍ୟା’ ପାଇଁ ୪୦ତମ ଶାରଳା ପୁରସ୍କାର ପ୍ରଦାନ […]

ଅଦ୍ୟତନ ହୋଇଛି
ଡଃ ପ୍ରଦୀପ ଦାଶ ପାଇବେ ଶାରଳା ପୁରସ୍କାର

sarala-puraskar.jpg11

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ତଥା ବିଶିଷ୍ଟ ଲେଖକ ଡଃ ପ୍ରଦୀପ ଦାଶ ଚଳିତବର୍ଷର ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ପଣ୍ଡିତ ହରମୋହନ ଖୁଣ୍ଟିଆ ଓ ଲଲାଟମୋହନ ପଟ୍ଟନାୟକ ମଧ୍ୟ ସଙ୍ଗୀତ ଓ ଚିତ୍ରକଳା ପାଇଁ ପୁରସ୍କୃତ ହେବେ।

Advertisment

ଆଜି ସନ୍ଧ୍ୟାରେ ଶାରଳା ପୁରସ୍କାର ଉପଦେଷ୍ଟା ପରିଷଦ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ଡଃ ଦାଶଙ୍କୁ ତାଙ୍କ ରଚିତ ‘ଚରୁ ଚିବର ଓ ଚର୍ଯ୍ୟା’ ପାଇଁ ୪୦ତମ ଶାରଳା ପୁରସ୍କାର ପ୍ରଦାନ କରାଯିବ । ତାଙ୍କୁ ପୁରସ୍କାର ସ୍ୱରୂପ ୫ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ। ତାଙ୍କ ବ୍ୟତୀତ ଅନ୍ୟ ଦୁଇଜଣ କୃତି ବ୍ୟକ୍ତି ଯଥା ପଣ୍ଡିତ ହରମୋହନ ଖୁଣ୍ଟିଆଙ୍କୁ ‘ଇଲା ପଣ୍ଡା ସଙ୍ଗୀତ ସମ୍ମାନ’ ଓ ଲଲାଟ ମୋହନ ପଟ୍ଟନାୟକଙ୍କୁ ‘ଇଲା ପଣ୍ଡା ଚିତ୍ରକଳା ସମ୍ମାନ’ ପ୍ରଦାନ କରାଯିବ। ପୁରସ୍କାର ବାବଦରେ ଉଭୟଙ୍କୁ ଦେଢ଼ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ।

ଆସନ୍ତା ଅକ୍ଟୋବର ମାସ ୨୬ତାରିଖରେ ହୋଟେଲ ମେ’ଫେୟାରରେ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ଶାରଳା ପୁରସ୍କାର ପ୍ରଦାନ କରାଯିବ। ଏହି ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ମୁଖ୍ୟଅତିଥି ଭାବେ ଯୋଗଦେବେ ବୋଲି ଜଣାପଡ଼ିଛି।

Advertisment

ସୂଚନାଯୋଗ୍ୟ, ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲସ୍ ଆଣ୍ଡ ପବ୍ଲିକ ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ଆନୁକୁଲ୍ୟରେ ୧୯୭୯ ମସିହାରୁ ‘ଶାରଳା ପୁରସ୍କାର’ ପ୍ରଦାନ କରାଯାଉଛି। ଓଡ଼ିଶାର ବିଶିଷ୍ଟ ଶିଳ୍ପପତି ସ୍ୱର୍ଗତ ଡଃ ବଂଶୀଧର ପଣ୍ଡା ଓ ସ୍ୱର୍ଗତ ଇଲା ପଣ୍ଡାଙ୍କ ଦ୍ୱାରା ଏହି ‘ଶାରଳା ପୁରସ୍କାର’ ପ୍ରତିଷ୍ଠା କରାଯାଇଥିଲା। ଯାହାକି ପ୍ରତିବର୍ଷ ପ୍ରଦାନ କରାଯାଉଛି।

ଇମ୍ପାକ୍ଟ ପକ୍ଷରୁ ମଧ୍ୟ ରାଜ୍ୟର ଯୁବ କ୍ରୀଡ଼ାବିତଙ୍କୁ ପ୍ରୋତ୍ସାହିତ କରିବା ନିମନ୍ତେ ‘ଏକଲବ୍ୟ ପୁରସ୍କାର’ରେ ସମ୍ମାନିତ କରାଯାଉଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe