ପୁଣି ଆଇଏଏସ ଅଦଳବଦଳ, ପ୍ରଦୀପ ଜେନା ହେଲେ ଗ୍ରାମ୍ୟ ଉନ୍ନୟନ ସଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ ସ୍ତରରେ କେତେକ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗରୁ ଜାରି ବିଜ୍ଞପ୍ତି ଅନୁସାରେ ଜଳସମ୍ପଦ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ଭାବେ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ଓ ଓସଡମା ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱରେ ରହିବେ। ସେହିପରି ଗ୍ରାମ୍ୟ ଉନ୍ନୟନ ସଚିବ ମୋନା ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ସଚିବ […]

Pradeep-Jena-appointed-Rural-Development-Principal-Secretary-with-additional-charge-of-Special-Relief-Commissioner-(SRC);-Mona-Sharma-appointed-Principal-Secretary

Pradeep-Jena-appointed-Rural-Development-Principal-Secretary-with-additional-charge-of-Special-Relief-Commissioner-(SRC);-Mona-Sharma-appointed-Principal-Secretary

Manoranjan Sial
  • Published: Friday, 30 August 2019
  • Updated: 30 August 2019, 08:39 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ ସ୍ତରରେ କେତେକ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗରୁ ଜାରି ବିଜ୍ଞପ୍ତି ଅନୁସାରେ ଜଳସମ୍ପଦ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ଭାବେ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ଓ ଓସଡମା ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱରେ ରହିବେ।

ସେହିପରି ଗ୍ରାମ୍ୟ ଉନ୍ନୟନ ସଚିବ ମୋନା ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଥିବାବେଳେ ସଞ୍ଜିବ ଚୋପ୍ରା ଗୃହ ବିଭାଗର ପ୍ରମୁଖ ସଚିବ ଓ ଅତିରିକ୍ତ ଭାବେ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱରେ ରହିବେ। କୃଷି ସଚିବ ସୌରଭ ଗର୍ଗଙ୍କୁ ଅତିରିକ୍ତ ଭାବେ ଗ୍ରୀଡକୋ,ଓପିଟିସିଏଲର ସିଏମଡି ଓ ଓସିପିଏଲର ସିଇଓ ଦାୟିତ୍ୱ ତୁଲାଇବେ। ଦୀର୍ଘବର୍ଷ ଧରି ଶକ୍ତି ବିଭାଗ ଦାୟିତ୍ୱରେ ଥିବା ହେମନ୍ତ ଶର୍ମାଙ୍କୁ ଶିଳ୍ପ ବିଭାଗର ସଚିବ ଭାବେ ବଦଳି କରାଯାଇଛି। ସେ ଏମଏସଏମଇ ବିଭାଗର ସଚିବ ଓ ଇପିକଲ ସିଏମଡି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀଙ୍କୁ ଶକ୍ତି ବିଭାଗର ସଚିବ ଭାବେ ବଦଳି କରାଯାଇଛି। ସେ ଓଏଚପିସି ସିଏମଡି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେହିପରି ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ଚିତ୍ରା ଅରୁମଗମଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ଭାବେ ବଦଳି କରାଯାଇଛି।

ଜଳସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିବା ଆଇଏଏସ୍ ବିଶାଳ ଗଗନଙ୍କୁ ଜଳସମ୍ପଦ ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ସେହିପରି ସାମାଜିକ କଲ୍ୟାଣ ଓ ଭିନ୍ନକ୍ଷମ ସଶକ୍ତିକରଣ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଶ୍ରୀ ଅଗ୍ରୱାଲ ମଧ୍ୟ ମହିଳା ବିକାଶ ସମବାୟ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos