କାଲି ବିଜେଡିରେ ମିଶିବେ ପ୍ରଦୀପ ମାଝି, ଭର୍ଚୁଆଲ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବିଜେଡିରେ ଯୋଗ ଦେବେ ନବରଙ୍ଗପୁରର ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ ।  ଆସନ୍ତାକାଲି ନବରଙ୍ଗପୁରରେ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଦୀପ । କିଛି ବରିଷ୍ଠ କଂଗ୍ରେସ ନେତା ଓ କର୍ମୀ ବି ଏହି ଅବସରରେ ବିଜେଡିରେ ସାମିଲ ହେବା ନେଇ ଯୋଜନା ରହିଛି । ଏହି ମିଶ୍ରଣ ପର୍ବରେ  ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଉଥିବା ବେଳେ ବିଜେଡିର କିଛି ବରିଷ୍ଠ ନେତା ଓ ମନ୍ତ୍ରୀ ଉପସ୍ଥିତ […]

pradeep majhi

Niharika Rout
  • Published: Friday, 05 November 2021
  • , Updated: 05 November 2021, 02:12 PM IST

ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବିଜେଡିରେ ଯୋଗ ଦେବେ ନବରଙ୍ଗପୁରର ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ ।  ଆସନ୍ତାକାଲି ନବରଙ୍ଗପୁରରେ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଦୀପ । କିଛି ବରିଷ୍ଠ କଂଗ୍ରେସ ନେତା ଓ କର୍ମୀ ବି ଏହି ଅବସରରେ ବିଜେଡିରେ ସାମିଲ ହେବା ନେଇ ଯୋଜନା ରହିଛି ।

ଏହି ମିଶ୍ରଣ ପର୍ବରେ  ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଉଥିବା ବେଳେ ବିଜେଡିର କିଛି ବରିଷ୍ଠ ନେତା ଓ ମନ୍ତ୍ରୀ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି ।

ଗତମାସ କଂଗ୍ରେସରୁ ଇସ୍ତଫା ଦେଇଥିବା ପ୍ରଦୀପ ବିଜେଡିରେ ଯୋଗ ଦେବା ନେଇ ଆନୁଷ୍ଠାନିକ ଭାବେ ଘୋଷଣା ବି କରିଥିଲେ । ଦକ୍ଷିଣାଞ୍ଚଳର ବିକାଶ ଲାଗି ସେ କଂଗ୍ରେସରୁ ଇସ୍ତଫା ଦେଇଥିବା କହିଥିଲେ ।  ତାଙ୍କ ସହ କଂଗ୍ରେସର କିଛି ବରିଷ୍ଠ ବିିଧାୟକ ବି ଦଳ ଛାଡ଼ିଥିଲେ ।

ସୂଚନାଯୋଗ୍ୟ, ରାଜ୍ୟରେ କଂଗ୍ରେସ ସଂଗଠନ ଦିନକୁ ଦିନ ତଳକୁ ତଳ ଯାଉଥିବାବେଳେ ଶ୍ରୀ ମାଝୀ ଦଳ ଛାଡ଼ିବା ପ୍ରାୟତଃ ଏକପ୍ରକାର ନିଶ୍ଚିତ ବୋଲି ପୂର୍ବରୁ ଇସାରା ଦେଇ ସାରିଥିଲେ। ଏହାବାଦ ନବରଙ୍ଗପୁର ସମେତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବିଜେଡି ପାଖରେ ଜଣେ ଦକ୍ଷ ଆଦିବାସୀ ନେତା ନଥିବାରୁ ଦଳ ଏବେ ଶ୍ରୀ ମାଝୀଙ୍କ ଉପରେ ଭରସା କରିବାକୁ ଯୋଜନା ରଖିଛି । ଶ୍ରୀ ମାଝୀ ରାଜ୍ୟ ଯୁବ କଂଗ୍ରେସ ସଭାପତି ଭାବେ ୨୦୦୯ରୁ ୨୦୧୧ ଓ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସ ସାଂସଦ ଭାବେ ନବରଙ୍ଗପୁରରୁ ନିର୍ବାଚିତ ହୋଇଥିଲେ । ତା’ପୂର୍ବରୁ ସେ ନବରଙ୍ଗପୁର ଜିଲ୍ଲା ପରିଷଦ ସଭାପତି ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ପଂଚାୟତ ନିର୍ବାଚନରେ ଆଦିବାସୀ ଭୋଟରଙ୍କୁ ଆକୃଷ୍ଟ କରିବା ତଥା ପଶ୍ଚିମ ଓଡ଼ିଶାରେ ନିଜର ଭୋଟ ବ୍ୟାଙ୍କକୁ ସୁଦୃଢ଼ କରିବା ପାଇଁ ବିଜେଡି ଏବେ ଶ୍ରୀ ମାଝିଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରିବ ବୋଲି ଜଣାଯାଇଛି।

Related story