Advertisment

ବନ୍ଧା ହେଲେ ପ୍ରଦୀପଙ୍କ ସହଯୋଗୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ଗିରଫ। ଠକେଇ କରିବା ଅଭିଯୋଗରେ ସର୍ବେଶ୍ୱର ରାଓ ଗିରଫ ହୋଇଛନ୍ତି। ଜେରା ପରେ ସର୍ବେଶ୍ୱରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ SIT। ଦୁର୍ନୀତି ଅଭିଯୋଗରେ ଛନ୍ଦି ହୋଇ ଜେଲ ଯାଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ହେଉଛନ୍ତି  ସର୍ବେଶ୍ୱର ରାଓ। ଚାକିରି କରାଇଦେବା ପାଇଁ ଟଙ୍କା ଆଦାୟ ଅଭିଯୋଗରେ ଗିରଫ ହୋଇଛନ୍ତି ସର୍ବେଶ୍ୱର। ବିଜେଡିରୁ ବହିଷ୍କୃତ ହୋଇଥିବା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ପୂର୍ବରୁ ଗିରଫ କରିଛି। ଟାଟା […]

ଅଦ୍ୟତନ ହୋଇଛି
୨ ଦିନିଆ ରିମାଣ୍ଡରେ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

pradeep-panigrahi-1

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ଗିରଫ। ଠକେଇ କରିବା ଅଭିଯୋଗରେ ସର୍ବେଶ୍ୱର ରାଓ ଗିରଫ ହୋଇଛନ୍ତି। ଜେରା ପରେ ସର୍ବେଶ୍ୱରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ SIT। ଦୁର୍ନୀତି ଅଭିଯୋଗରେ ଛନ୍ଦି ହୋଇ ଜେଲ ଯାଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ହେଉଛନ୍ତି  ସର୍ବେଶ୍ୱର ରାଓ। ଚାକିରି କରାଇଦେବା ପାଇଁ ଟଙ୍କା ଆଦାୟ ଅଭିଯୋଗରେ ଗିରଫ ହୋଇଛନ୍ତି ସର୍ବେଶ୍ୱର।

Advertisment

ବିଜେଡିରୁ ବହିଷ୍କୃତ ହୋଇଥିବା ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ପୂର୍ବରୁ ଗିରଫ କରିଛି। ଟାଟା କଂପାନିରେ ଚାକିରି କରାଇଦେବା ପ୍ରତିଶ୍ରୁତି ଦେଇ ପ୍ରଦୀପ ଆକାଶ ପାଠକଙ୍କ ପକ୍ଷରୁ ଟଙ୍କା ଆଦାୟ କରିଥିବା ଅଭିଯୋଗ ହୋଇଥିଲା ।

ଏହି ଅଭିଯୋଗର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ପ୍ରଦୀପଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮,  ୪୬୯, ୪୭୧ ଓ ୧୨୦(ଖ)ରେ ମାମଲା ରୁଜୁ କରିଛି। ଏହାରି ଭିତରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କର ରିମାଣ୍ଡ ଅବଧି ସରି ଥିବା ବଳେ ଆଜି ତାଙ୍କୁ କୋର୍ଟରେ ହାଜର କରାଯିବା ପରେ ପୁଣି ଝାରପଡ଼ା ଜେଲ୍‌କୁ ପଠାଇ ଦିଆଯାଇଛି। କୋର୍ଟ ପରିସରରେ ପ୍ରଦୀପ କହିଥିଲେ ଯେ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ଭିତ୍ତିହୀନ। କୋର୍ଟରେ ସବୁ ପ୍ରମାଣିତ କରିବେ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe