ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବିରୋଧି ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି।
ସୂଚନାଯୋଗ୍ୟ, ଗତ ୧୯ ତାରିଖରେ ପ୍ରଦୀପ୍ତ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାର ୫ ଦିନ ପରେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ କିଛି ଦିନ ଠିକ୍ ରହିବା ପରେ ପୁଣି ଥରେ ତାଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବାକୁ ଆରମ୍ଭ କଲା।
ପ୍ରଦୀପ୍ତଙ୍କ ଅକ୍ସିଜେନ ସ୍ତର ଓ ରକ୍ତଚାପ କ୍ରମଶଃ ହ୍ରାସ ପାଉଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି । ବିଜେପିର ବରିଷ୍ଠ ନେତାମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଗ୍ରାଫ୍ ଏବେ ଉପରମୁହାଁ ଥିବା ବେଳେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଡେଇଁଛି। ଆଜି କେବଳ ରାଜ୍ୟରୁ ୧୦,୫୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭୭ ପଜିଟିଭ ଚିହ୍ନଟ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରେଭେନ୍ସା ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କ ବିରୋଧରେ ଏତଲା ଦେଲେ ଜିଲ୍ଲାପାଳ
୨୦୧୯ ମସିହାରେ ନିର୍ବାଚନ ସମୟରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ଓଡ଼ିଆ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ବିଜୟ ଲକ୍ଷ୍ମୀ ଦାଶ ଛୁଟି ପାଇଁ ଆବେଦନ କରିଥିଲେ।
Miscellaneous
ଟାଙ୍ଗୀ ରେଞ୍ଜରେ ହାତୀ ଆତଙ୍କ; ଲୋକେ ଭୟଭୀତ
୩୦ ଟିକିଆ ହାତୀପଲ ଆଜି (ବୁଧବାର) ସକାଳେ ଟାଙ୍ଗୀ ବ୍ଲକ୍ ଅଚ୍ୟୁତପୁର ରାସ୍ତା ପାର ହୋଇ ନିକଟସ୍ଥ ଜଙ୍ଗଲ ଭିତରକୁ ଯାଇଛନ୍ତି। ହାତୀପଲଙ୍କ ଉପରେ ନଜର ରଖି ଅନ୍ୟ ଜଙ୍ଗଲ ଆଡ଼କୁ ଘଉଡାଇ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।
Crime
କାର୍ ଡିଲରସିପ୍ କରାଇଦେବାକୁ କହି ୪୦ ଲକ୍ଷ ଟଙ୍କା ନେଇଗଲେ
କଟକ ସିଡିଏ ସେକ୍ଟର ୯ ଅଞ୍ଚଳର ଜଣେ ବ୍ୟବସାୟୀ ‘କିଆ’ କମ୍ପାନୀର କାର ଡିଲରସିପ୍ ସମ୍ବଲପୁର କରିବାକୁ ଚାହୁଁଥିଲେ। ଏଥିପାଇଁ ସେ ଗୁଗଲ୍ରେ ସର୍ଚ୍ଚକରି ଗୋଟିଏ ଟେଲିଫୋନ୍ ନମ୍ୱର ପାଇଥିଲେ।
Miscellaneous
ଦୁଇ ମାସରେ ସରିବ ଆବାସ ସର୍ଭେ
ମନ୍ତ୍ରୀ ଶ୍ରୀ ନାଏକ ବିଭାଗୀୟ ଟ୍ରେନରମାନେ ଗାଁ ଗାଁରେ ଲୋକଙ୍କୁ ଡାକି ସଚେତନ କରୁଛନ୍ତି। ଯିଏ ବଞ୍ଚିତ ହୋଇଛନ୍ତି, ଗରିବ ଅଛନ୍ତି, ସେମାନଙ୍କୁ ସାମିଲ କରାଯାଉଛି। ପୂର୍ବ ସରକାରରେ ଆକ୍ରୋଶ ମୂଳକ ଭାବେ ରାଜନୈତିକ ଅଭିସନ୍ଧି ରଖି ଗରିବମାନଙ୍କୁ ଆବାସ ତାଲିକାରୁ କାଟି ଦିଆଯାଉଥିଲା।
Weather
୨୧ ତାରିଖ ଯାଏଁ ବର୍ଷା! ଚିନ୍ତାରେ ଚାଷୀ
ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେପଟେ ବର୍ଷା ହେଲେ ଏକର ଏକର ଫସଲର ଧାନ ନଷ୍ଟ ହେବା ଆଶଙ୍କାରେ ଚାଷୀ।