Advertisment

ଭେଣ୍ଟିଲେଟରରେ ପ୍ରଦୀପ୍ତ ନାୟକ, ଅବସ୍ଥା ଗୁରୁତର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବିରୋଧି ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି। ସୂଚନାଯୋଗ୍ୟ, ଗତ ୧୯ ତାରିଖରେ ପ୍ରଦୀପ୍ତ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାର ୫ ଦିନ ପରେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ କିଛି ଦିନ ଠିକ୍‌ ରହିବା ପରେ ପୁଣି ଥରେ ତାଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବାକୁ ଆରମ୍ଭ କଲା। ପ୍ରଦୀପ୍ତଙ୍କ ଅକ୍ସିଜେନ ସ୍ତର ଓ […]

ଅଦ୍ୟତନ ହୋଇଛି
ଭେଣ୍ଟିଲେଟରରେ ପ୍ରଦୀପ୍ତ ନାୟକ, ଅବସ୍ଥା ଗୁରୁତର

Pradipta Naik

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବିରୋଧି ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି।

Advertisment

ସୂଚନାଯୋଗ୍ୟ, ଗତ ୧୯ ତାରିଖରେ ପ୍ରଦୀପ୍ତ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ଏହାର ୫ ଦିନ ପରେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ କିଛି ଦିନ ଠିକ୍‌ ରହିବା ପରେ ପୁଣି ଥରେ ତାଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବାକୁ ଆରମ୍ଭ କଲା।

ପ୍ରଦୀପ୍ତଙ୍କ ଅକ୍ସିଜେନ ସ୍ତର ଓ ରକ୍ତଚାପ କ୍ରମଶଃ ହ୍ରାସ ପାଉଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି ।  ବିଜେପିର ବରିଷ୍ଠ ନେତାମାନେ  ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Advertisment

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଗ୍ରାଫ୍‌ ଏବେ ଉପରମୁହାଁ ଥିବା ବେଳେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଡେଇଁଛି। ଆଜି କେବଳ ରାଜ୍ୟରୁ ୧୦,୫୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭୭ ପଜିଟିଭ ଚିହ୍ନଟ ହୋଇଛନ୍ତି।

Pradipta Nayak State Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe