Advertisment

ପ୍ରମିଳାଙ୍କୁ ମିଳିଲା ଆଉ ଦୁଇ ବିଭାଗର ଅତିରିକ୍ତ ଦାୟିତ୍ୱ

ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଶ୍ରମ, ନିଯୁକ୍ତି ଓ ଇଏସଆଇ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ଶୁକ୍ରବାର ସକାଳେ ଇସ୍ତଫା ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା।

Pramila Mallik

Pramila Mallik

Advertisment

ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଆଉ ୨ ବିଭାଗର ଅତିରିକ୍ତ ଦାୟିତ୍ୱ। ଶ୍ରମ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ତାଙ୍କୁ ମିଳିଛି। ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏବଂ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ଏହି ଦୁଇ ବିଭାଗର ଅତିରିକ୍ତ ଦାୟିତ୍ୱ ରାଜସ୍ୱ ମନ୍ତ୍ରୀଙ୍କୁ ମିଳିଛି। ପୂର୍ବରୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ପାଖରେ ରହିଛି।

Advertisment

ମିଳିଥିବା ସୂଚନା ଅନୁସାରେ, ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଶ୍ରମ, ନିଯୁକ୍ତି ଓ ଇଏସଆଇ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ଶୁକ୍ରବାର ସକାଳେ ଇସ୍ତଫା ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହା ପରେ ଉଭୟ ନିଜ ନିଜର ଇସ୍ତଫା ପତ୍ର ପଠାଇ ଦେଇଥିଲେ।

ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ମାମଲାରେ ମନ୍ତ୍ରୀ ସମୀର ଦାଶ ବିବାଦୀୟ ହୋଇପଡ଼ିଥିବା ବେଳେ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆସିଥିବାରୁ ଉଭୟଙ୍କୁ ମନ୍ତ୍ରୀପଦରୁ ବାଦ୍ ଦିଆଯାଇଥିବା ଚର୍ଚ୍ଚା ହେଉଛି। ପୂର୍ବରୁ ନବ ଦାସଙ୍କ ହତ୍ୟା ଯୋଗୁ ମନ୍ତ୍ରିମଣ୍ଡଳରେ ଗୋଟିଏ ପଦବୀ ଖାଲି ରହିଥିବା ବେଳେ ଏବେ ଏହି ଦୁଇ ମନ୍ତ୍ରୀଙ୍କ ଇସ୍ତଫା ପରେ ମୋଟ୍‌ ୩ଟି ମନ୍ତ୍ରୀ ପଦ ଖାଲି ହୋଇଛି।

Advertisment
BjD Health Minister Bjd Leader
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe