Advertisment

ପରପାରିରେ ବର୍ଷୀୟାନ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପରପାରିରେ ବର୍ଷୀୟାନ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର । ରବିବାର ରାତିରେ ସତ୍ୟନଗରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଆଜି ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କ ଶେଷକୃତ୍ୟ ସଂପନ୍ନ କରାଯିବ ।  ସୃଜନର ଏକାଧିକ ଧାରାରେ ପାଦ ଥାପିଥିଲେ କମଳ ଦେଶର ରାଜକୁମାର ପ୍ରଫୁଲ୍ଲ କର। ଏକାଧାରରେ ସେ ଜଣେ ସଂଗୀତଜ୍ଞ, ଗୀତିକାର, ଲେଖକ, ସ୍ତମ୍ଭକାର […]

ଅଦ୍ୟତନ ହୋଇଛି
ପରପାରିରେ ବର୍ଷୀୟାନ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର

praphula-kar

Advertisment

 ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପରପାରିରେ ବର୍ଷୀୟାନ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର । ରବିବାର ରାତିରେ ସତ୍ୟନଗରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଆଜି ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କ ଶେଷକୃତ୍ୟ ସଂପନ୍ନ କରାଯିବ ।

Advertisment

 ସୃଜନର ଏକାଧିକ ଧାରାରେ ପାଦ ଥାପିଥିଲେ କମଳ ଦେଶର ରାଜକୁମାର ପ୍ରଫୁଲ୍ଲ କର। ଏକାଧାରରେ ସେ ଜଣେ ସଂଗୀତଜ୍ଞ, ଗୀତିକାର, ଲେଖକ, ସ୍ତମ୍ଭକାର ଭାବେ ପରିଚିତ ଥିଲେ।  ଚଳଚ୍ଚିତ୍ର ସଂଗୀତ, ଲଘୁ ସଂଗୀତ,  ଭକ୍ତି ସଂଗୀତ ଓ ଓଡ଼ିଶୀ ସଂଗୀତରେ ତାଙ୍କର ଥିଲା ଅନନ୍ୟ ପାରଦର୍ଶୀତା  । ଗାୟନ କଳା ସହ ସଂଗୀତ ନିର୍ଦ୍ଦେଶନା ଓ ଗୀତ ରଚନାରେ ମଧ୍ୟ ସେ ଜୀବନ ବ୍ୟାପୀ ତପସ୍ୟା କରିଥିଲେ। ତାଙ୍କ ଅନବଦ୍ୟ ସୃଷ୍ଟି ତାଙ୍କୁ ଓଡ଼ିଶାର ଘରେ ଘରେ ପରିଚିତ କରାଇଥିଲା। ପରିଣତ ବୟସ ପର୍ଯ୍ୟନ୍ତ ସେ ସଙ୍ଗୀତ ସାଧନାରେ ବ୍ରତୀ ଥିଲେ । କଳା କ୍ଷେତ୍ରକୁ ଅତୁଳନୀୟ ଅବଦାନ ଲାଗି ୨୦୧୫ ମସିହାରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଥିବା ବେଳେ ୨୦୦୪ ମସିହାରେ ଜୟଦେବ ପୁରସ୍କାରରେ ତାଙ୍କୁ ସମ୍ମାନିତ କରାଯାଇଥିଲା।

[caption id="attachment_728207" align="aligncenter" width="650"]praphulla-kar ପ୍ରଫୁଲ୍ଲ କରଙ୍କ ମୃତଦେହ ନିକଟରେ ଶୋକାକୂଳ ପରିବାରବର୍ଗ ।[/caption]

Advertisment

୧୯୩୯ ମସିହା ଫେବୃଆରୀ ୧୬ ତାରିଖରେ ପୁରୀରେ ଜନ୍ମ ଗ୍ରହଣ କରିଥିଲେ ସୁନାମଧନ୍ୟ ସଙ୍ଗୀତଜ୍ଞ ପ୍ରଫୁଲ କର । ୪୦ରୁ ଅଧିକ ଓଡ଼ିଶା ସିନେମାରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ପ୍ରଫୁଲ କର ୫ଟି ବଙ୍ଗଳା ଫିଲ୍ମରେ ବି ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ।  ଜୀବନ ବ୍ୟାପୀ ସଙ୍ଗୀତ ସାଧନା ପାଇଁ ଏକାଧିକ ପୁରସ୍କାର ଓ ମାନ ସମ୍ମାନରେ ସମ୍ମାନିତ ହୋଇଥିଲେ।

‘ ବନ୍ଧୁ ମହାନ୍ତି’ ଫିଲ୍ମ ୧୯୭୭ ମସିହାରେ ତାଙ୍କୁ ଘରେ ଘରେ ପରିଚୟ ଦେଇଥିଲା । ଏହି ସିନେମାର ‘ମହାବାହୁ’ ଗୀତ ପାଇଁ ବେଶ୍ ଲୋକପ୍ରିୟ ହୋଇଥିଲେ ପ୍ରଫୁଲ କର ।  ପରେ ‘ବଳୀଦାନ’ ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦେଇ ଓଡ଼ିଆ ସିନେ ସଙ୍ଗୀତ ଜଗତରେ ଇତିହାସ ସୃଷ୍ଟି କରିଥିଲେ ପ୍ରଫୁଲ କର ।  କଳାପ୍ରିୟ ପରିବାରରୁ ଆସିଥିବା ପ୍ରଫୁଲ୍ଲ କରଙ୍କ ପରପିଢ଼ୀ ମଧ୍ୟ ସଙ୍ଗୀତ ପ୍ରତି ଉତ୍ସର୍ଗୀକୃତ । ତାଙ୍କ ବିୟୋଗରେ ଓଡ଼ିଶାର ସଙ୍ଗୀତ ତଥା କଳା ଜଗତରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି ।

[caption id="attachment_728208" align="aligncenter" width="650"]praphulla-kar ଫ୍ରଫୁଲ୍ଲ କରଙ୍କ ମୃତ୍ୟୁ ଖବର ଶୁଣି ଧାଇଁ ଆସିଥିବା ବନ୍ଧୁ ପରିଜନ ।[/caption]

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ପ୍ରପୁଲ୍ଲ କରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ରାଜ୍ୟପାଳଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।  ଶ୍ରୀଯୁକ୍ତ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ । ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ । ସେ ଅନେକ ପ୍ରତିଭାର ଅଧିକାରୀ ଥିବା ବେଳେ ତାଙ୍କ ସୃଜନଶୀଳତା କାର୍ଯ୍ୟରେ ପ୍ରତିଫଳିତ ହୁଏ । ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଉଛି ବୋଲି ଟ୍ୱିଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ବୋଲି ଟ୍ୱିଟ କରି ଶୋକ ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ।

ଗାୟକ, ନିର୍ଦ୍ଦେଶକ ତଥା ଗୀତିକାର ଭାବରେ ତାଙ୍କର କୃତି ଓ କୀର୍ତ୍ତି ଚିର ସ୍ମରଣୀୟ ରହିବ ବୋଲି ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ପ୍ରଫୁଲ୍ଲ ସଙ୍ଗୀତପ୍ରେମୀମାନଙ୍କୁ ସମବେଦନା ଜଣାଇଛନ୍ତି ରାଜ୍ୟପାଳ ଗଣେଶୀ ଲାଲ l

ଓଡିଶା ସଙ୍ଗୀତ ଜଗତର କିମ୍ବଦନ୍ତୀ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପରଲୋକରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ତାଙ୍କ ବିୟୋଗ ଓଡ଼ିଶା ସଙ୍ଗୀତ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ବୈଜୟନ୍ତ ପଣ୍ଡା ନିଜ ଶୋକବାର୍ତ୍ତାରେ ଉଲ୍ଲେଖ କରିଛନ୍ତି । ପ୍ରଫୁଲ୍ଲଙ୍କ ଦିବଂଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସେ ସମବେଦନା ଜଣାଇଛନ୍ତି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପ୍ରଫୁଲ୍ଲଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି  । ଟ୍ୱିଟ କରି କହିଛନ୍ତି, ଶାସ୍ତ୍ରୀୟ ଓଡ଼ିଶୀ ସଙ୍ଗୀତ, ସିନେମା ଓ ଆଧୁନିକ ସଙ୍ଗୀତରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ସେ ଲୋକଙ୍କ ମନରେ ଚିର ସ୍ମରଣୀୟ ହୋଇ ରହିବେ ।

ପ୍ରଫୁଲ୍ଲଙ୍କ ବିୟୋଗରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଗଭୀର ଗଭୀର ଶୋକ ପ୍ରକାଶ କରିଛନ୍ତି  । ଓଡ଼ିଶାର ସଙ୍ଗୀତ ଓ କଳା କ୍ଷେତ୍ରରୁ ଏକ ଉଜ୍ଜ୍ୱଳ ନକ୍ଷତ୍ରର ଅବସାନ ଘଟିଲା ବୋଲି ସେ କହିଛନ୍ତି ।

Artist Passes Away News In Odia
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe