ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କମାଲ ଦେଖାଇଲେ ଓଡ଼ିଆ ଝିଅ। ଆନ୍ତର୍ଜାତୀୟ ମଞ୍ଚରେ ଦେଖିବାକୁ ମିଳିଛି ଓଡ଼ିଶା ଝିଅର ସମ୍ବଲପୁରୀ ନୃତ୍ୟର ଝଲକ। ସାରା ଦେଶର ୬୪୦୦ କୁନି କଳାକାରଙ୍କୁ ପଛରେ ପକାଇ ପ୍ରଥମ ୧୫ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଓଡ଼ିଆ ଝିଅ ପ୍ରିୟାଂଶି।
ନୂଆ ଦିଲ୍ଲୀରେ ନଭେମ୍ବର ୧୩ ତାରିଖରେ ଆୟୋଜିତ 3III ଇଣ୍ଟରନେସନାଲ ଇଣ୍ଡିଆନ ଆଇକନ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଲା ସମ୍ବଲପୁରୀ ନୃତ୍ୟର ଝଲକ। ଓଡ଼ିଶାର କୁନି ପ୍ରତିଭା ୯ ବର୍ଷୀୟ ପ୍ରିୟାଂଶି ଜେନା ଫାଇନାଲ ରାଉଣ୍ଡକୁ ନମୋନୀତ ହୋଇଥିବା ବେଳେ ପ୍ରଥମ ୧୫ ଜଣଙ୍କ ମଧ୍ୟରେ ସ୍ଥାନ ପାଇଥିଲେ। ପ୍ରିୟାଂଶି ଭୁବନେଶ୍ୱର ଏସ.ଜେ ଡ୍ୟାନ୍ସ ଏକାଡେମୀର ଛାତ୍ରୀ। ଆନ୍ତର୍ଜାତୀୟ ଟାଲେଣ୍ଟ ହଣ୍ଟରେ ପ୍ରିୟାଂଶି ସମ୍ବଲପୁରୀ ନୃତ୍ୟ ପରିବେଷଣ କରି ବିଚାରକଙ୍କୁ ବିମୋହିତ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ମନ ଜିଣିଥିଲା ମହେନ୍ଦ୍ର, ୬୬ ବର୍ଷରେ ଆଖି ବୁଜିଲା
ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ‘ମହେନ୍ଦ୍ର’। ମୃତ୍ୟୁ ବେଳକୁ ତାକୁ ୬୬ ବର୍ଷ ବୟସ ହୋଇଥିଲା। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିବା ବେଳେ ତା’ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେଉଥିଲା।
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।