ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍‌ ଜୁବଲି ସମାରୋହରେ ଯୋଗ ଦେବେ ରାଷ୍ଟ୍ରପତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବଲି ସମାରୋହରେ ଯୋଗ ଦେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆସନ୍ତା ୮ ତାରିଖରେ ରାଷ୍ଟ୍ରପତି ଆସିବେ ବୋଲି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ।  ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସମସ୍ତ ଛାତ୍ରଛାତ୍ରୀ, ପୂର୍ବତନ ଛାତ୍ରଛାତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି।  ସେପଟେ ଆଜିର କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଲୁମନି ଫଣ୍ଡ ଗଠନ କରିବାକୁ ଆହ୍ୱାନ୍‌ ଦେବା ସହିତ ନିଜ ବର୍ଷକର ଦରମା ପ୍ରଦାନ […]

kovind

Tapas Behera
  • Published: Sunday, 24 November 2019
  • , Updated: 24 November 2019, 06:41 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବଲି ସମାରୋହରେ ଯୋଗ ଦେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଆସନ୍ତା ୮ ତାରିଖରେ ରାଷ୍ଟ୍ରପତି ଆସିବେ ବୋଲି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ।  ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସମସ୍ତ ଛାତ୍ରଛାତ୍ରୀ, ପୂର୍ବତନ ଛାତ୍ରଛାତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି।  ସେପଟେ ଆଜିର କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଲୁମନି ଫଣ୍ଡ ଗଠନ କରିବାକୁ ଆହ୍ୱାନ୍‌ ଦେବା ସହିତ ନିଜ ବର୍ଷକର ଦରମା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।  ଏହି ଫଣ୍ଡ ଗବେଷଣା ପାଇଁ ବ୍ୟବହାର ହେବ। ୫ ଦିନ ଧରି ଚାଲିଥିବା ଏହି ପ୍ଲାଟିନମ ଜୁବଲି ପାଳନର ଆଜିର କାର୍ଯ୍ୟକ୍ରମରେ ପୂର୍ବତନ ଛାତ୍ରଛାତ୍ରୀ ଏକାଠି ହୋଇଥିଲେ।

Related story