ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ନିର୍ବାଚନରୁ ଓହରିଲେ ବରିଷ୍ଠ ବିଜେପି ନେତା ଦାମ ରାଉତଙ୍କ ଝିଅ ପ୍ରୀତିନନ୍ଦା ରାଉତରାୟ। ବିଜେଡି ଛାଡ଼ି ସ୍ୱାଧୀନ ପ୍ରାର୍ଥୀ ଭାବେ ସେ ଭୁବନେଶ୍ୱର ଉତ୍ତର ଆସନରୁ ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ ପ୍ରୀତିନନ୍ଦା। ସ୍ୱାଧୀନ ପ୍ରାର୍ଥୀ ହୋଇଥିବାରୁ ନିର୍ବାଚନୀ ଚିହ୍ନ ମିଳିବାରେ ବିଳମ୍ବ ହେବାରୁ କମ୍ ସମୟ ମଧ୍ୟରେ ନୂଆ ଚିହ୍ନ ନେଇ ଲୋକଙ୍କ ନିକଟରେ ପହଞ୍ଚି ହେବ ନାହିଁ ବୋଲି କହିଛନ୍ତି ପ୍ରୀତିନନ୍ଦା।
ନୂଆ ଚିହ୍ନରେ ପ୍ରଚାରପତ୍ର ଛପେଇ ମାତ୍ର ୮ରୁ ୯ ଦିନ ମଧ୍ୟରେ ନିର୍ବାଚନମଣ୍ଡଳୀର ସମସ୍ତ ଅଞ୍ଚଳରେ ନୂଆ ଚିହ୍ନକୁ ସଫଳତାର ସହ ପହଞ୍ଚାଇବା ସମ୍ଭବ ହୋଇପାରିବ ନାହିଁ ବୋଲି ସେ କହିଛନ୍ତି। ନିଜର ସମର୍ଥକଙ୍କ ସହ ଆଲୋଚନା କରି ସେ ଏହି ନିଷ୍ପତ୍ତି ନେଇଥିବା କହିବା ସହ ସମସ୍ତଙ୍କ ସମର୍ଥନ ଓ ଆଶୀର୍ବାଦ ପାଇଁ କୃତଜ୍ଞ ରହିବି ବୋଲି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।