ବାଲେଶ୍ୱର(ରଣଜିତ ପାକଳ): ଗାଁ ରାସ୍ତାରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ଆସି ପାରିଲାନି ୧୦୮ ଆମ୍ୱୁଲାନ୍ସ। ପ୍ରସୂତିଙ୍କୁ ୩ କିମି ପାଣି ସୁଅରେ ପାର କଲେ ଲୋକେ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ସଦର ବ୍ଲକ୍ ଓଲନ୍ଦା ସାରେଙ୍ଗା ଗାଁରେ।
ଗାଁର ସଙ୍ଗୀତା ମହାଳିକଙ୍କ ଆଜି ସକାଳେ ଗର୍ଭ ଯନ୍ତ୍ରଣା ଆରମ୍ଭ ହୋଇଥିଲା । ତେଣୁ ତାଙ୍କ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ। ହେଲେ ଲଗାଣ ବର୍ଷା ଯୋଗୁଁ ଗାଁର ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଥିଲା। ତେଣୁ ଗାଁଠାରୁ ୩ କିମି ଦୂରରେ ଅଟକି ରହିଥିଲା ଆମ୍ବୁଲାନ୍ସ । ଫଳରେ ପ୍ରସୂତିଙ୍କ ପରିବାର ଓ ଗାଁ ଲୋକେ ତାଙ୍କୁ ପାଣି ସୁଅରେ ବାଡ଼ି ସାହାଯ୍ୟରେ ୩ କିମି ରାସ୍ତା ପାର କରି ଆମ୍ୱୁଲାନ୍ସ ନିକଟରେ ପହଞ୍ଚାଇଥିଲେ। ଏହାପରେ ପ୍ରସୂତିଙ୍କୁ ଜିଲ୍ଲା ମେଡିକାଲକୁ ନିଆଯାଇଥିଲା। ଏବେ ସେଠାରେ ତାଙ୍କ ଚିକିତ୍ସା ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।