ଶପଥ ସମାରୋହରେ ନବୀନଙ୍କ ଭାଇ-ଉଭଣୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଲଗାତର ପଞ୍ଚମ ଥର ପାଇଁ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନବୀନ ପଟ୍ଟନାୟକ। ରାଜ୍ୟପାଳ ଗଣେଶୀ ଲାଲ୍ ତାଙ୍କୁ  ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତେବେ ଆଜିର ଏହି ଶପଥ ପାଠ ଉତ୍ସବ ରାଜଭବନରେ କରା ନଯାଇ ପ୍ରଥମ ଥର ପାଇଁ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ  ଆୟୋଜନ କରାଯାଇଥିଲା । ଏହି ସମୋରୋହରେ ବିଜେଡିର ୨୦ ଜଣିଆ ମନ୍ତ୍ରିମଣ୍ଡଳ ଶପଥ ନେଇଛନ୍ତି। ଏହି ଭବ୍ୟ ସମାରୋହରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ […]

h-98

h-98

Tapas Behera
  • Published: Wednesday, 29 May 2019
  • Updated: 29 May 2019, 02:12 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଲଗାତର ପଞ୍ଚମ ଥର ପାଇଁ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନବୀନ ପଟ୍ଟନାୟକ। ରାଜ୍ୟପାଳ ଗଣେଶୀ ଲାଲ୍ ତାଙ୍କୁ  ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତେବେ ଆଜିର ଏହି ଶପଥ ପାଠ ଉତ୍ସବ ରାଜଭବନରେ କରା ନଯାଇ ପ୍ରଥମ ଥର ପାଇଁ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ  ଆୟୋଜନ କରାଯାଇଥିଲା । ଏହି ସମୋରୋହରେ ବିଜେଡିର ୨୦ ଜଣିଆ ମନ୍ତ୍ରିମଣ୍ଡଳ ଶପଥ ନେଇଛନ୍ତି। ଏହି ଭବ୍ୟ ସମାରୋହରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।

ଅତିଥିଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ ଓ ଭଉଣୀ ଗୀତା ମେହେଟ୍ଟା ଉପସ୍ଥିତ ଥିଲେ। ଏଥିସହ ବିଜୁ ଜନତା ଦଳର ନବ ନିର୍ବାଚିତ ବିଧାୟକ ଓ ସାଂସଦମାନେ ମଧ୍ୟ ଯୋଗ ଦେଇଥିଲେ।ଏହାସହ କଂଗ୍ରେସ ନେତା ନରସିଂହ ମିଶ୍ର ଓ ତାରା ପ୍ରସାଦ ବାହିନୀପତି ଉପସ୍ଥିତ ଥିଲେ। ଏହି ସମାରୋହରେ ଶିଳ୍ପପତି ଓ କଳାକାର ମଧ୍ୟ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ. କାର୍ତ୍ତିକେୟନ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos