ସମ୍ବଲପୁର( ସଂଜୟ ଜେନା):ସମ୍ବଲପୁରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ଯାତ୍ରା କମିଟୀର କର୍ମକର୍ତ୍ତା, ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଓ ପୁଲିସ ଅଧିକାରୀ ଯୋଗ ଦେଇ ଯାତ୍ରାକୁ କିପରି ସୂଚାରୁ ରୁପେ ସମ୍ପାଦନ କରାଯିବ ସେନେଇ ଆଲୋଚନା କରିଥିଲେ।
ବିଭିନ୍ନ ଯାତ୍ରା କମିଟୀ, ନିଜ ନିଜର ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ଜିଲ୍ଲା ପ୍ରଶାସନକୁ ଜଣାଇଥିଲେ। ଯାତ୍ରା ଆୟୋଜନ ଓ ଶ୍ରଦ୍ଧାଳୁଙ୍କ ଦର୍ଶନରେ କୌଣସି ସମସ୍ୟା ନହେବ ସେନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ଆସନ୍ତା ଜୁନ ମାସ ୭ ତାରିଖ ଦିନ ହେବ ପବିତ୍ର ଶିବ ବିବାହ।
ତା ପରଦିନ ଅନୁଷ୍ଠିତ ହେବ ଯୁଗଳ ଦର୍ଶନ ଶୋଭାଯାତ୍ରା ଓ ୯ ତାରିଖ ଦିନ ମନ୍ଦିର ପ୍ରବେଶ କରିବେ ଦେବ ଦମ୍ପତ୍ତି। ଯାତ୍ରାର ସୁପରିଚାଳନା ପାଇଁ ସମସ୍ତଙ୍କ ମଧ୍ୟରେ ସହଯୋଗ ଓ ସମନ୍ୱୟ ରଖାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବେଦକରଙ୍କୁ ନେଇ କଂଗ୍ରେସ କୁମ୍ଭୀର କାନ୍ଦଣା କାନ୍ଦୁଛି: ମୁଖ୍ୟମନ୍ତ୍ରୀ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିବୃତିକୁ କଦର୍ଥ ଏବଂ ବିକୃତ କରି କଂଗ୍ରେସ ନିଜର ରାଜନୈତିକ ଆଶା ପୂରଣ କରିବାକୁ ଚେଷ୍ଟା କରୁଛି କହିଲେ ମୁଖ୍ୟମନ୍ତ୍ରୀ।
Crime
ରିଟାର୍ଡ ଆଇଏଏସ୍ ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ସଶ୍ରମ ଜେଲ୍
୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ୨୦୨୨ ମସିହାରେ ଚାକିରିରୁ ବହିଷ୍କୃତ କରିଥିଲେ। ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
Weather
ଆହୁରି ୪୮ ଘଣ୍ଟା ବର୍ଷା! ତା'ପରେ ବଢ଼ିବ ଶୀତ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।