ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସ୍ୱତନ୍ତ୍ର ବାୟୁସେନା ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି।ରାଷ୍ଟ୍ରପତିଙ୍କୁ ସ୍ୱାଗତ ପାଇଁ ଏୟାରପୋର୍ଟରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।

ଆଜି ରାଜଭବନରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି। ଆସନ୍ତାକାଲି ରାଉରକେଲା ଓ ୨୨ରେ ପୁରୀ ଓ କୋଣାର୍କ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ତେବେ ରାଉରକେଲାରେ ଥିବା ଆରଏସପି ଦ୍ୱାରା ପରିଚାଳିତ ଇସ୍ପାତ ଜେନେରାଲ ହସ୍ପିଟାଲର ନବନିର୍ମିତ ୨୦୦ ଶଯ୍ୟା ବିଶିଷ୍ଟ ସୁପର ସ୍ପେଶାଲିଟି ହସ୍ପିଟାଲକୁ ଉଦଘାଟନ କରିବେ ରାଷ୍ଟ୍ରପତି ।

ତେବେ  ଓଡ଼ିଶା ଗସ୍ତ ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସାକ୍ଷାତ ସମୟରେ ରାଷ୍ଟ୍ରପତିଙ୍କୁ ‘ଗାମୁଛା’ ଭେଟି ଦେଇଥିଲେ ଧର୍ମେନ୍ଦ୍ର ପ୍ରଧାନ ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।