ବାତ୍ୟା କ୍ଷୟକ୍ଷତି: ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ରାଷ୍ଟ୍ରପତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ବାତ୍ୟା ‘ଅମ୍ଫାନ’ କ୍ଷୟକ୍ଷତିର ଆକଳନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସିଥିବାବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ରାଜ୍ୟର ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ରାଷ୍ଟ୍ରପତି ଆଜି ଉଭୟ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଫୋନ୍ କରି ବାତ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ସୂଚନା ଅନୁସାରେ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ପୂର୍ବାହ୍ନରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ […]

6789

Tapas Behera
  • Published: Friday, 22 May 2020
  • , Updated: 22 May 2020, 03:40 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ବାତ୍ୟା ‘ଅମ୍ଫାନ’ କ୍ଷୟକ୍ଷତିର ଆକଳନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସିଥିବାବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ରାଜ୍ୟର ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ରାଷ୍ଟ୍ରପତି ଆଜି ଉଭୟ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଫୋନ୍ କରି ବାତ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି।

ସୂଚନା ଅନୁସାରେ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ପୂର୍ବାହ୍ନରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଫୋନ୍ କରି ବାତ୍ୟା ‘ଅମ୍ଫାନ’ ଯୋଗୁ ହୋଇଥିବା କ୍ଷୟକ୍ଷତି ଓ ଲୋକମାନଙ୍ ସୁରକ୍ଷା ବିଷୟରେ ଚିନ୍ତା ବ୍ୟକ୍ତ କରିଥିଲେ। ଏହାସହିତ ଏଭଳି ସଙ୍କଟ ସମୟରେ ରାଜ୍ୟର ଲୋକମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦେବା ଲାଗି ସମଗ୍ର ଦେଶ ଏକଜୁଟ ହୋଇଛି ବୋଲି ରାଷ୍ଟ୍ରପତି ଆଶ୍ୱାସନା ଦେଇଥିଲେ। ବାତ୍ୟା ପ୍ରଭାବିତ ଅଞ୍ଚଳ ଖୁବଶୀଘ୍ର ଦୃଢ଼ତାର ସହ ସ୍ଥିତିକୁ ମୁକାବିଲା କରି ସେଥିରୁ ମୁକୁଳିବ ବୋଲି ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ଦୃଢ଼ ଆଶାବ୍ୟକ୍ତ କରିଥିଲେ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦି ଆଜି ପଶ୍ଚିମବଙ୍ଗରେ ବାତ୍ୟା କ୍ଷୟକ୍ଷତି ସ୍ଥିତିର ଆକଳନ ଓ ସମୀକ୍ଷା କରିବାପରେ ଓଡ଼ିଶା ଗସ୍ତରେ ଆସି ପହଂଚିଛନ୍ତି। ସେ ସନ୍ଧ୍ୟାରେ ରାଜ୍ୟ ସରକାରଙ୍କ ସହ କ୍ଷୟକ୍ଷତିର ସମୀକ୍ଷା କରି ଦିଲ୍ଲୀ ଫେରିଯିବେ ବୋଲି ଜଣାପଡ଼ିଛି।

Related story