ପୁରୀ (ଓଡ଼ିଶା ରିପୋର୍ଟର): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଚଳିତ ମାସରେ ପୁରୀ ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି।
ଏହି ସୂଚନା ଅନୁଯାୟୀ, ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରାଷ୍ଟ୍ରପତି ଫେବ୍ରୁଆରୀ ୧୯ ତାରିଖରେ ପୁରୀ ଆସିବେ। ସେ ୨୦ ତାରିଖରେ ଫେରିଯିବେ। ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।
ପୁରୀ ଜିଲ୍ଲା ପ୍ରଶାସନ ପାଖରେ ଏନେଇ ଖବର ରହିଛି। ତେବେ ସରକାରୀ ଭାବେ ସେମାନଙ୍କ ନିକଟରେ ଏନେଇ କିଛି ସୂଚନା ନାହିଁ। ଅର୍ଥାତ୍ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ପ୍ରଶାସନ ପାଖକୁ ଏ ସମ୍ବନ୍ଧୀୟ କିଛି ଚିଠି ଆସି ନାହିଁ। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ଜିଲ୍ଲା ପ୍ରଶାସନକୁ ଯୋଗାଯୋଗ କରାଗଲା ପରେ ଯାଇ ରାଷ୍ଟ୍ରପତିଙ୍କ ଗସ୍ତ ସଂପର୍କରେ ସବିଶେଷ ସୂଚନା ମିଳିପାରିବ ବୋଲି କୁହାଯାଉଛି।