Advertisment

ପୁରୀ ଆସିବେ ରାଷ୍ଟ୍ରପତି, ଶ୍ରୀଜିଉଙ୍କ ଦର୍ଶନ କରିବେ

ପୁରୀ (ଓଡ଼ିଶା ରିପୋର୍ଟର): ଦୁଇ ଦିନିଆ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏଥିପାଇଁ ତାଙ୍କ ଗସ୍ତସୂଚୀ ଆସି ଯାଇଛି। ରାଷ୍ଟ୍ରପତି ଫେବ୍ରୁଆରୀ ୧୯ ତାରିଖ ଅପରାହ୍ଣ ୨ଟା ୪୫ରେ ଭୁବନେଶ୍ୱରରେ ପହଞ୍ଚିବେ। ପୁରୀରେ ଅପରାହ୍ଣ ୩ଟା ୩୫ରେ ପହଞ୍ଚିବେ। ସେଠାରୁ ସେ ସିଧାସଳଖ ଏକ ହୋଟେଲ୍‌କୁ ଯିବେ। ଅପରାହ୍ଣ ୫ଟାରେ ସେ ପୁରୀ ଶ୍ରୀମନ୍ଦିର ଆସି ଶ୍ରୀଜିଉଙ୍କ ଦର୍ଶନ କରିବେ। ସେ ଶ୍ରୀମନ୍ଦିରରେ ୪୫ ମିନିଟ୍ ରହିବେ। ସେହିଦିନ ରାତିରେ ସେ ପୁରୀରେ ରହିବେ। […]

ପୁରୀ ଆସିବେ ରାଷ୍ଟ୍ରପତି, ଶ୍ରୀଜିଉଙ୍କ ଦର୍ଶନ କରିବେ

President

Advertisment

ପୁରୀ (ଓଡ଼ିଶା ରିପୋର୍ଟର): ଦୁଇ ଦିନିଆ ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏଥିପାଇଁ ତାଙ୍କ ଗସ୍ତସୂଚୀ ଆସି ଯାଇଛି। ରାଷ୍ଟ୍ରପତି ଫେବ୍ରୁଆରୀ ୧୯ ତାରିଖ ଅପରାହ୍ଣ ୨ଟା ୪୫ରେ ଭୁବନେଶ୍ୱରରେ ପହଞ୍ଚିବେ। ପୁରୀରେ ଅପରାହ୍ଣ ୩ଟା ୩୫ରେ ପହଞ୍ଚିବେ। ସେଠାରୁ ସେ ସିଧାସଳଖ ଏକ ହୋଟେଲ୍‌କୁ ଯିବେ। ଅପରାହ୍ଣ ୫ଟାରେ ସେ ପୁରୀ ଶ୍ରୀମନ୍ଦିର ଆସି ଶ୍ରୀଜିଉଙ୍କ ଦର୍ଶନ କରିବେ। ସେ ଶ୍ରୀମନ୍ଦିରରେ ୪୫ ମିନିଟ୍ ରହିବେ। ସେହିଦିନ ରାତିରେ ସେ ପୁରୀରେ ରହିବେ।

Advertisment

ତା’ପର ଦିନ ଅର୍ଥାତ୍ ୨୦ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀ ଚୈତନ୍ୟ ଗୌଡ଼ୀୟ ମଠକୁ ଯିବେ। ସେଠାରେ ସେ ପ୍ରାୟ ୧୫ ମିନିଟ୍ ଧରି ରହିବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ରାଷ୍ଟ୍ରପତି ସିଧା ଶରଧାବାଲି ସଭାସ୍ଥଳରେ ପହଞ୍ଚିବେ ଓ ଶ୍ରୀଲ ପ୍ରଭୁପାଦ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ମହାରାଜ (ଗୌଡ଼ୀୟ ମଠ ମିଶନର ପ୍ରତିଷ୍ଠାତା)ଙ୍କ ୧୫୦ତମ ଜୟନ୍ତୀ ଅବସରରେ ୩ ବର୍ଷ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା ଉତ୍ସବକୁ ଉଦ୍‌ଘାଟନ କରିବେ। ଦିନ ୧୧ଟାରୁ ୧୨ଟା ପର୍ଯ୍ୟନ୍ତ ସେ ଏହି କାର୍ଯ୍ୟକ୍ରମରେ ରହିବେ। ତା’ପରେ ସେ ଭୁବନେଶ୍ୱର ଯାଇ ଦିଲ୍ଲୀ ଫେରିଯିବେ।

ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଜି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ସେଣ୍ଟ୍ରାଲ ରେଞ୍ଜ ଆଇଜି ନରସିଂହ ଭୋଳ। ଶ୍ରୀ ଚୈତନ୍ୟ ଗୌଡ଼ୀୟ ମଠ ଓ ଶରଧାବାଲିରେ ଆଇଜି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ରାଷ୍ଟ୍ରପତି ଯେଉଁ ଯେଉଁ ସ୍ଥାନକୁ ଯିବେ ସେଠାରେ କେମିତି ସୁରକ୍ଷା ବ୍ୟବସ୍ଥା ରହିବ ସେ ନେଇ ଆଇଜି ଆଜି ସମୀକ୍ଷା କରିଛନ୍ତି।

Advertisment

ସୂଚନାଯୋଗ୍ୟ, ତୃତୀୟ ଥର ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସୁଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe