ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତି ଆସନ୍ତାକାଲି ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ। ଗତକାଲି ସେ ରାଜଭବନରେ ରାତ୍ରି ଯାପନ କରିବେ। ପରଦିନ ଅର୍ଥାତ୍ ୨୧ ତାରିଖ ସକାଳେ ରାଜଭବନରୁ ଭୁବନେଶ୍ୱର ଏୟାରପୋର୍ଟ ହୋଇ ଝାରସୁଗୁଡ଼ା ଏୟାରପୋର୍ଟରେ ପହଞ୍ଚିବ।

ଝାରସୁଗୁଡ଼ାରୁ ରାଷ୍ଟ୍ରପତି ରାଉରକେଲା ଗସ୍ତ କରିବେ। ସକାଳ ୧୧ଟାରେ ରାଉରକେଲା ଏନ୍ଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଅପରାହ୍ଣ ୧୨ଟା ବେଳେ ରାଉରକେଲା ଏନଆଇଟି ଛାଡ଼ିବେ।

ଅପରାହ୍ନରେ ରାଷ୍ଟ୍ରପତି ଆଇଜିଏଚର ସୁପର ସ୍ପେଶାଲିଟି ହସ୍ପିଟାଲକୁ ବି ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ରାଷ୍ଟ୍ରପତି ସନ୍ଧ୍ୟା ୬.୧୦ରେ ଭୁବନେଶ୍ୱର ଆସି ରାଜଭବନରେ ରହିବେ।

୨୨ ତାରିଖ ସକାଳ ୧୧ଟାରେ ରାଷ୍ଟ୍ରପତି ପୁରୀରେ ପହଞ୍ଚିବେ ଓ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିବେ। ତା’ପରେ କୋଣାର୍କ ଯିବେ। ସେଠାରେ ବିଶ୍ରାମ ନେବେ।

ଅପରାହ୍ଣ ୪.୧୫ରେ ରାଷ୍ଟ୍ରପତି କୋଣାର୍କ ସୂର୍ଯ୍ୟ ମନ୍ଦିର ଦର୍ଶନ କରିବେ। ଏହା ପରେ ଅପରାହ୍ଣ ୫ଟା ବେଳେ ରାଷ୍ଟ୍ରପତି କୋଣାର୍କରୁ ହେଲିକପ୍ଟର ଯୋଗେ ଭୁବନେଶ୍ୱର ଫେରିଆସିବେ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।