୧୧ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ !

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବଙ୍ଗୋପସାଗରେ ଖୁବ୍‌ଶୀଘ୍ର ଏକ ଲଘୂଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ଜରିଆରେ ଓଡ଼ିଶାରେ ପହଞ୍ଚିପାରେ ମୌସୁମୀ। ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି।  ଆସନ୍ତା ୧୧ ତାରିଖ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ OTVକୁ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,ପ୍ରତିବର୍ଷ ଜୁନ୍ ୧୦/୧୨ ଭିତରେ ଓଡ଼ିଶାରେ ମୌସୁମୀ ପହଞ୍ଚିଥାଏ। ଏଥର ମଧ୍ୟ ସେହି ତାରିଖ ସୁଦ୍ଧା ପହଞ୍ଚିବା […]

rain-1

Tapas Behera
  • Published: Thursday, 03 June 2021
  • , Updated: 03 June 2021, 04:12 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ବଙ୍ଗୋପସାଗରେ ଖୁବ୍‌ଶୀଘ୍ର ଏକ ଲଘୂଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ଜରିଆରେ ଓଡ଼ିଶାରେ ପହଞ୍ଚିପାରେ ମୌସୁମୀ। ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି।  ଆସନ୍ତା ୧୧ ତାରିଖ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ OTVକୁ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,ପ୍ରତିବର୍ଷ ଜୁନ୍ ୧୦/୧୨ ଭିତରେ ଓଡ଼ିଶାରେ ମୌସୁମୀ ପହଞ୍ଚିଥାଏ। ଏଥର ମଧ୍ୟ ସେହି ତାରିଖ ସୁଦ୍ଧା ପହଞ୍ଚିବା ଆଶା କରାଯାଉଛି। ଜୁନ୍‌ରେ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବା ସମ୍ଭାବନା ରହିଛି ବୋଲି ସେ କହିଛନ୍ତି। ସେପଟେ ଦୁଇ ଦିନ ବିଳମ୍ୱରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କରେଳ ଛୁଇଁଛି। ଏହାର ପ୍ରଭାବରେ କେରଳରେ ବର୍ଷା ଆରମ୍ଭ ହୋଇଛି।

ଏବେ କେରଳରେ କ୍ରମାଗତ ଦୁଇ ଦିନ ପାଇଁ ଲଗାତାର ୨.୫ ମିଲିମିଟର କିମ୍ବା ଅଧିକ ବର୍ଷା ହେବ ବୋଲି କୁହାଯାଉଛି। ତେବେ ଚଳିତ ବର୍ଷ ୪୦ ପ୍ରତିଶତ ମୌସୁମୀ ସ୍ୱାଭାବିକ ହେବା ନେଇ ଆଶା ରହିଛି ଏବଂ ୨୧ ପ୍ରତିଶତ ସମ୍ଭାବନା ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ। ଜୁନ୍ ରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।

ସାଧାରଣତଃ ମୌସୁମୀ ଜୁନ୍ ୧ରେ କେରଳ ଛୁଇଁଥାଏ। କିନ୍ତୁ ଚଳିତ ଥର ଜୁନ୍ ୧ରୁ ଦକ୍ଷିଣ-ପଶ୍ଚିମ ବାୟୁ ଧୀରେ ଧୀରେ ବୋହିବା କାରଣରୁ ଏହା ବିଳମ୍ୱ ହୋଇଛି। ୨୦୧୯ ଓ ୨୦୨୦ ମୌସୁମୀରେ ମଧ୍ୟ ସ୍ୱାଭାବିକ ବୃଷ୍ଟିପାତ ହୋଇଥିଲା। ଏହା ପୂର୍ବରୁ ୧୯୯୬, ୧୯୯୭ ଓ ୧୯୯୮ ତିନି ବର୍ଷ ମଧ୍ୟ ଭାରତରେ ସ୍ୱାଭାବିକ ମୌସୁମୀ ବର୍ଷା ହୋଇଥିବା ରେକର୍ଡ଼ କରାଯାଇଛି।

Related story