ପୁରୀ:ନବକଳେବରକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ସଞ୍ଜୀବ ମାରିକ। ଏ ନେଇ ପୁରୀ ଏସପିଙ୍କ କାର୍ଯ୍ୟାଳୟରେ ପୁରୀ ଜିଲ୍ଲାପାଳ ତଥା ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ନବକଳେବର ସମୟରେ ପୁରୀକୁ ଲକ୍ଷାଧିକ ଲୋକଙ୍କ ସମାଗମ ହେବାକୁ ଥିବାରୁ ଏହାକୁ ଦୃଷ୍ଟିରେ ରଖି ସହରର ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ ନିୟନ୍ତ୍ରଣ, ପାର୍କିଂ ଆଦି ପ୍ରସଙ୍ଗ ନେଇ ଡିଜି ସମୀକ୍ଷା କରିଛନ୍ତି। ଏହାପୂର୍ବରୁ ପୋଲିସ ଡିଜି ଜାତୀୟ ରାଜପଥରେ ନିର୍ମାଣାଧୀନ ସମଜାଦପୁର ଓଭରବ୍ରିଜ୍, ମାଳତୀପାଟପୁର ଷ୍ଟେସନ, ବସଷ୍ଟାଣ୍ଡ୍ ଏବଂ ବୀର ହରେକୃଷ୍ଣପୁର-ମଙ୍ଗଳାଘାଟ ରାସ୍ତା ତଥା ପାର୍କିଂ ସ୍ଥାନ ବୁଲି ଦେଖିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।