ପୁରୀ(ଓଡ଼ିଶା ରିପୋର୍ଟର):ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ବୈଠକରେ ନିର୍ଦ୍ଧାରଣ ହୋଇଛି ମହାପ୍ରସାଦ ଦର। ଆନନ୍ଦ ବଜାର ସଂସ୍କାର ନେଇ ବସିଥିବା ବୈଠକରେ ମହାପ୍ରସାଦ ଓ ଅବଢ଼ା ଦର ନିର୍ଦ୍ଧାରଣ ସମ୍ପର୍କରେ ଆଲୋଚନା ହୋଇଥିଲା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ରଙ୍କ ସହ ନିଯୋଗର ବୈଠକରେ ଆଲୋଚନା ପରେ ଦର ନିର୍ଦ୍ଧାରଣ ହୋଇଛି। ତେବେ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ପରେ ଏହି ଦର ଲାଗୁ କରାଯିବ।
ସୁଆର ମହାସୁଆର ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ଆର୍ଥିକ ପରିଚାଳନା କମିଟିର ବୈଠକ ହୋଇଛି। ସେପଟେ ଆଜି ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ବସିବ।
ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଅନ୍ୟ ପଦାଧିକାରୀ ଯୋଗଦେବେ। ପୂର୍ବ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଉପରେ ଏଥିରେ ଆଲୋଚନା କରାଯିବ। ତା'ସହ ସେବାୟତଙ୍କ ଶିକ୍ଷା ଲାଗି ଗୁରୁକୂଳ ଆଦର୍ଶ ବିଦ୍ୟାଳୟ ଉପରେ ବି ଆଲୋଚନା ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।