ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ଥିବା ବେଳେ ମୋଦି ଜାନୁଆରୀ ୫ ତାରିଖରେ ପୁଣି ଥରେ ଓଡ଼ିଶା ଆସୁଥିବା ଜଣାପଡ଼ିଛି।
ଜାନୁଆରୀ ୫ରେ ମୋଦି ବାରିପଦା ଆସି ଏକ ବିଶାଳ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଦୁଇ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ ଦେବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା।
୨୪ରେ ଖୋର୍ଦ୍ଧା ଗସ୍ତରେ ମୋଦି ଆସୁଛନ୍ତି। ଏହି ଅବସରରେ ଭୁବନେଶ୍ୱର IIT କ୍ୟାମ୍ପସର ଶୁଭ ଉଦ୍ଘାଟନ କରିବେ ମୋଦି। ଏହାସହ ନାଇଜର କ୍ୟାମ୍ପସ ଷ୍ଟାଡିୟମରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ। ଏଠାରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଗସ୍ତ ଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଲାଗି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସନ୍ତୋଷ ଉପାଧ୍ୟାୟ।
https://youtu.be/XNTgdET4hbY
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।