ଜାନୁଆରୀ ୫ରେ ପୁଣି ଆସିବେ ମୋଦି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ଥିବା ବେଳେ ମୋଦି ଜାନୁଆରୀ ୫ ତାରିଖରେ ପୁଣି ଥରେ ଓଡ଼ିଶା ଆସୁଥିବା ଜଣାପଡ଼ିଛି। ଜାନୁଆରୀ ୫ରେ ମୋଦି ବାରିପଦା ଆସି ଏକ ବିଶାଳ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଦୁଇ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ ଦେବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ […]

Modi

Rakesh Mallick
  • Published: Saturday, 22 December 2018
  • , Updated: 22 December 2018, 10:36 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ଥିବା ବେଳେ ମୋଦି ଜାନୁଆରୀ ୫ ତାରିଖରେ ପୁଣି ଥରେ ଓଡ଼ିଶା ଆସୁଥିବା ଜଣାପଡ଼ିଛି।

ଜାନୁଆରୀ ୫ରେ ମୋଦି ବାରିପଦା ଆସି ଏକ ବିଶାଳ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଦୁଇ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ ଦେବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା।

୨୪ରେ ଖୋର୍ଦ୍ଧା ଗସ୍ତରେ ମୋଦି ଆସୁଛନ୍ତି। ଏହି ଅବସରରେ ଭୁବନେଶ୍ୱର IIT କ୍ୟାମ୍ପସର ଶୁଭ ଉଦ୍‌ଘାଟନ କରିବେ ମୋଦି। ଏହାସହ ନାଇଜର କ୍ୟାମ୍ପସ ଷ୍ଟାଡିୟମରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ। ଏଠାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଗସ୍ତ ଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।  ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଲାଗି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସନ୍ତୋଷ ଉପାଧ୍ୟାୟ। 

https://youtu.be/XNTgdET4hbY

Related story