ଉଦଳା(ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଉଦଳା ଠାରେ ଥିବା ଲାଲମୋହନ ସଂସ୍କୃତ ମହାବିଦ୍ୟାଳୟର ପ୍ରିନ୍ସିପାଲ କମଳାକାନ୍ତ ବେହେରାଙ୍କ ବିରୋଧରେ ଦୁର୍ବ୍ୟବହାର ଓ ଅସଦାଚରଣ ଅଭିଯୋଗ ଆଣିଛନ୍ତି ସେହି କଲେଜର ଜଣେ ଅଧ୍ୟାପିକା। ଏନେଇ ଗତକାଲି ସେ ଉଦଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
କଲେଜ ପ୍ରିନ୍ସିପାଲ ଅଧ୍ୟାପିକାଙ୍କୁ ପରୀକ୍ଷା ଖାତା ଦେଖିବା ପାଇଁ ବାଲେଶ୍ୱର ରିଜିଓନାଲ ଅଫିସକୁ ନେବା ବାହାନାରେ ବାଲେଶ୍ୱରରେ ଥିବା ତାଙ୍କ ନିଜସ୍ୱ ଘରକୁ ନେଇ ସେଠାରେ ଦୁର୍ବ୍ୟବହାର କରିବା ସହିତ ଅସଦାଚରଣ କରିଥିଲେ। ଅଧ୍ୟାପିକା ଜଣକ ସେଠାରୁ ଖସି ଆସିବା ପରେ ପୂରା ଘଟଣା ସମ୍ପର୍କରେ ତାଙ୍କ ସ୍ୱାମୀଙ୍କୁ କହିଥିଲେ। ଏହି ଘଟଣା ସମ୍ପର୍କରେ ଅଧ୍ୟାପିକା ତାଙ୍କ ସ୍ୱାମୀଙ୍କ ନିକଟରେ କହିଥିବାରୁ ତାଙ୍କୁ ଚାକିରିରୁ ବହିଷ୍କାର କରିବାକୁ ପ୍ରିନ୍ସିପାଲ ଧମକ ଦେଇଥିବା ଅଭିଯୋଗ ମଧ୍ୟ ହୋଇଛି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।