ଝାରସୁଗୁଡା (ଓଡ଼ିଶା ରିପୋର୍ଟର): ଜେଲ୍ ପରିସରରେ ଥିବା ଗଛରେ ଝୁଲିପଡ଼ିଲେ ଜଣେ କଏଦୀ! ଆଜି ଏପରି ଅଭିଯୋଗ ଝାରସୁଗୁଡ଼ା ଉପ କାରାଗାରରୁ ଆସିଛି। ମୃତ କଏଦୀ ଜଣକ ଦୁଷ୍କର୍ମ ମାମଲାରେ ଜେଲ୍ରେ ବନ୍ଦୀ ଜୀବନ କାଟୁଥିଲେ।
୨୦୧୫ ମସିହାରେ ଏକ ଦୁଷ୍କର୍ମ ମାମଲାରେ ଗିରଫ ହୋଇଥିଲା ବଡ଼ମାଲ ଥାନା ବୃନ୍ଦାମାଲ ଗାଁର ସୁବାସ ରୋହିଦାସ। ୨୦୨୨ ଜୁଲାଇ ୨୭ ତାରିଖରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲା। ମାନ୍ୟବର କୋର୍ଟ ତାକୁ ୧୦ ବର୍ଷ ଦଣ୍ଡାଦେଶ ଶୁଣାଇ ଥିଲେ। ତା’ପରଠାରୁ ସେ ଝାରସୁଗୁଡା ଉପ କାରାଗାରରେ ବନ୍ଦୀ ଜୀବନ କାଟୁଥିଲା।
ଆଜି ଅପରାହ୍ନ ୨ଟା ୨୦ ମିନିଟ୍ରେ ସୁବାସ ଜେଲ ପରିସରରେ ଥିବା ଏକ ଗଛରେ ଗାମୁଛା ଲଗାଇ ଝୁଲି ପଡ଼ିଥିବା ଅଭିଯୋଗ ହୋଇଥିଲା। ତାକୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ହସ୍ପିଟାଲକୁ ଅଣାଯାଇଥିଲା। ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ। ଶବ ବ୍ୟବଚ୍ଛେଦ ପରେ ଅଧିକ ତଦନ୍ତ କରାଯିବ ବୋଲି ଜେଲ କର୍ତ୍ତୃପକ୍ଷ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଅତିରିକ୍ତ ବଜେଟ୍ ଆଣିବେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।
Miscellaneous
ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେବେ ସିଦ୍ଧାନ୍ତ ଦାସ, ରହିବେ ଫୁଲଟାଇମ୍ ସିଇସି ଅଧ୍ୟକ୍ଷ
ରାଜ୍ୟ ନଗର ଉନ୍ନୟନ ବିଭାଗର ସଚିବ ଉଷା ପାଢ଼ୀଙ୍କୁ ଚିଠି ଲେଖି ଶ୍ରୀ ଦାସ ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେଇ ଅବଗତ କରାଇଛନ୍ତି ।
Politics
ଆସନ୍ତାକାଲିଠୁ ବିଧାନସଭା: ପୁଳାପୁଳା ପ୍ରସଙ୍ଗ, ରଣନୀତି ତୟାର କଲେ ଶାସକ-ବିରୋଧୀ
ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ୬ ଜଣ ଦିବଂଗତ ସଦସ୍ୟଙ୍କ ସମ୍ମାନରେ ଶୋକପ୍ରସ୍ତାବ ପାରିତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ।
Accident
ଗାଡ଼ି ଚେକିଂ ବେଳେ ମାଡ଼ିଗଲା ଗ୍ୟାସ କଣ୍ଟେନର: ବାଇକ୍ ଆରୋହୀ ମୃତ, ପୁଲିସ୍ କର୍ମଚାରୀ ଗୁରୁତର
ଘଟଣାସ୍ଥଳରେ ପୁଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
Crime
ଜେଡ୍ ଇଷ୍ଟେଟ୍ ମାଲିକଙ୍କ ବୟାନ ପରେ ସତ ଖୋଲିଲା ଇଡି: ଜବତ ହୋଇଛି ୧.୩୯କୋଟି ଟଙ୍କା ସହ ବହୁ ଆପତ୍ତିଜନକ ଦସ୍ତାବିଜ
ଭୁବନେଶ୍ୱରର ଗାଡ଼କଣ ମୌଜାରେ ସାଧାରଣ ପ୍ରଶାସନ ବିଭାଗର ଏକ ମୂଲ୍ୟବାନ ସରକାରୀ ଜମି ଜାଲିଆତି ଅଭିଯୋଗ ମାମଲାର ଶୁଣାଣି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ସୁପ୍ରିମକୋର୍ଟ ଦେଇଥିବା ରାୟ ମଧ୍ୟ ଶ୍ରୀ ମହାନ୍ତିଙ୍କ ଅଡ଼ୁଆ ବଢ଼ାଇଛି ।