ପୁରୀ(ଓଡ଼ିଶା ରିପୋର୍ଟର): ଆଜି ପୁରୀ ଜିଲ୍ଲା କାରାଗାରରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଉଛି ବ୍ରହ୍ମଗିରି ଥାନା ଅନ୍ତର୍ଗତ ଶିଶାପୁର ଗ୍ରାମର ବିଶ୍ୱନାଥ ବାରିକ। ସେ ବେକରେ ଗାମୁଛା ଲଗାଇ ବାଥରୁମ୍ ଘରେ ଆତ୍ମହତ୍ୟା କରିଥିବା ଜେଲ୍ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେ କାହିଁକି ଆତ୍ମହତ୍ୟା କଲେ, ତାହା ଜଣାପଡ଼ିନାହିଁ।
ଗତ ମେ' ୩ ତାରିଖରୁ ସେ ଏକ ବଳାତ୍କାର ମାମଲାରେ ବିଚାରାଧୀନ କଏଦୀ ଭାବେ ଜେଲରେ ଥିଲେ। ତେବେ କେଉଁ କାରଣରୁ ସେ ଆତ୍ମହତ୍ୟା କଲେ ତାହା ସନ୍ଦେହ ସୃଷ୍ଟି କରିଛି।
ସୂଚନା ଥାଉକି, ପୁରୀ ସଦର ମହକୁମା ଠାରୁ ୨୦ କିଲୋମିଟର ଦୂର ବାଙ୍ଗର ଠାରେ ରହିଛି ଜିଲ୍ଲା କାରାଗାର। ଜେଲ୍ର କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ କଏଦୀ ଆତ୍ମହତ୍ୟା କରିବା ଅଲୋଚନାର ବିଷୟ ହୋଇଛି। ତେବେ ପୁରୀ ପୁଲିସ ଏହି ଘଟଣା କିପରି ଘଟିଲା ସେନେଇ ତଦନ୍ତ କରୁଛି। ତଦନ୍ତ ସରିବା ପରେ ଏହି ମୃତ୍ୟୁ କିପରି ଘଟିଛି, ତାହା ସ୍ପଷ୍ଟ ହେବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
![Naveen Naveen](https://assets.odishareporter.in/uploadimage/library/16_9/16_9_3/Naveen_1734971933.jpg)
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।