କୋଟିପତି ବିରଞ୍ଚି ସାହୁ ଗିରଫ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ କୋଟିପତି ପ୍ରାଇଭେଟ୍ ସେକ୍ରେଟାରୀ (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କ ଠାରୁ ଏ ପର୍ଯ୍ୟନ୍ତ ୩ କୋଟି ୭୯ ଲକ୍ଷ ଟଙ୍କାର ସଂପତ୍ତି ଜବତ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ବିରଞ୍ଚିଙ୍କର ଭୁବନେଶ୍ୱର ଓ କଟକ ସ୍ଥିତ ବାସଭବନ ସମେତ ମୋଟ ୬ଟି ସ୍ଥାନରେ ରେଡ୍‌ କରାଯାଇଥିଲା। […]

Accused

Accused

Jitendra Garnayak
  • Published: Saturday, 31 July 2021
  • Updated: 31 July 2021, 10:14 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ କୋଟିପତି ପ୍ରାଇଭେଟ୍ ସେକ୍ରେଟାରୀ (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କ ଠାରୁ ଏ ପର୍ଯ୍ୟନ୍ତ ୩ କୋଟି ୭୯ ଲକ୍ଷ ଟଙ୍କାର ସଂପତ୍ତି ଜବତ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

ଶୁକ୍ରବାର ବିରଞ୍ଚିଙ୍କର ଭୁବନେଶ୍ୱର ଓ କଟକ ସ୍ଥିତ ବାସଭବନ ସମେତ ମୋଟ ୬ଟି ସ୍ଥାନରେ ରେଡ୍‌ କରାଯାଇଥିଲା। ରେଡ୍‌ ବେଳେ ଦେଢ଼ କିଲୋ ଓଜନର ସୁନା ଅଳଙ୍କାର, ନଗଦ ୨୫ ଲକ୍ଷ ଟଙ୍କା ଓ ୫୬ ଲକ୍ଷ ଟଙ୍କାର ବୀମା ସାଙ୍ଗକୁ ଅନ୍ୟାନ୍ୟ ଦାମୀ ସାମଗ୍ରୀ ଜବତ କରାଯାଇଥିଲା। ସେହିଭଳି ତାଙ୍କ ଘରୁ ନିଯୁକ୍ତି ସଂପର୍କିତ ବହୁ ଆବେଦନ ପତ୍ର ଓ ଆଡ୍‌ମିଟ୍ କାର୍ଡ ମଧ୍ୟ ଜବତ କରାଯାଇଥିଲା। ତା’ ସହିତ ୧୪ଟି ପ୍ଲଟ୍ ଓ ୨ଟି ଦୁଇ ମହଲା କୋଠା ସମେତ ମୋଟ ୪ଟି ଘର ଠାବ କରିଥିଲେ ଭିଜିଲାନ୍ସ ଅଧିକାରୀ।

[caption id="attachment_662992" align="aligncenter" width="650"]Money ବିରଞ୍ଚି ସାହୁଙ୍କ ଘରେ ରେଡ୍ ବେଳେ ଜବତ ଟଙ୍କା[/caption]

ନଗଦ ୨୫ ଲକ୍ଷ ଟଙ୍କା ମଧ୍ୟରୁ ବିରଞ୍ଚିଙ୍କ ଘରୁ ୧୨ ଲକ୍ଷ ଓ ତାଙ୍କ ଶଳାଙ୍କ ଘରୁ ୧୩ ଲକ୍ଷ ଜବତ କରାଯାଇଥିଲା। ବିରଞ୍ଚି ଦୁଇ ଥର ବିଦେଶ ଗସ୍ତରେ ଯାଇଥିବାର ଡକ୍ୟୁମେଣ୍ଟ ବି ଜବତ କରାଯାଇଥିଲା।

ବିରଞ୍ଚିଙ୍କ ଭଳି ଜଣେ ତୃତୀୟ ଶ୍ରେଣୀ କର୍ମଚାରୀ ଏତେ ଟଙ୍କା କେଉଁଠୁ ଆଣିଲେ, ତାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଚାକିରି ପାଇଁ ପ୍ରାର୍ଥୀଙ୍କ ଠାରୁ ଟଙ୍କା ଆଦାୟ କରାଯାଉଥିବା ନେଇ ଆଲୋଚନା ହେଉଛି। ଭିଜିଲାନ୍ସ ପକ୍ଷରୁ ଏ ଦିଗରେ ତଦନ୍ତ କରାଯାଉଛି।

ଗତକାଲି ରେଡ୍‌ରେ ଭିଜିଲାନ୍ସ ଏସ୍‌ପିଙ୍କ ସହ ୪ ଜଣ ଡିଏସ୍‌ପି, ୧୩ଜଣ ଇନ୍ସପେକ୍ଟର ଓ ଅନ୍ୟ ସହଯୋଗୀ କର୍ମଚାରୀ ସାମିଲ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos