ଶପଥ ଗ୍ରହଣ କଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଆଜି ଜଷ୍ଟିସ ଯଶୋବନ୍ତ ସିଂହ ଓ ଜଷ୍ଟିସ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି।  ହାଇକୋର୍ଟର ନୂଆ ସମ୍ମିଳନୀ କକ୍ଷରେ ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍. ମୁରଳୀଧର ଦୁଇ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟରୁ ଜଷ୍ଟିସ ଯଶୋବନ୍ତ ସିଂହ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଥିବା ବେଳେ କୋଲକାତା ହାଇକୋର୍ଟରୁ ‌ଆସିଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟ ବିଚାରପତିଙ୍କ […]

hight-court

hight-court

Tapaswini Nayak
  • Published: Friday, 08 October 2021
  • Updated: 08 October 2021, 01:50 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଆଜି ଜଷ୍ଟିସ ଯଶୋବନ୍ତ ସିଂହ ଓ ଜଷ୍ଟିସ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି।  ହାଇକୋର୍ଟର ନୂଆ ସମ୍ମିଳନୀ କକ୍ଷରେ ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍. ମୁରଳୀଧର ଦୁଇ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି।

ପଞ୍ଜାବ ଓ ହରିୟାଣା ହାଇକୋର୍ଟରୁ ଜଷ୍ଟିସ ଯଶୋବନ୍ତ ସିଂହ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଥିବା ବେଳେ କୋଲକାତା ହାଇକୋର୍ଟରୁ ‌ଆସିଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି।  ତଥାପି ଆହୁରି ୧୩ଟି ପଦ ଖାଲି ଅଛି । ଓଡ଼ିଶା ହାଇକୋର୍ଟରେ ମଂଜୁରୀପ୍ରାପ୍ତ ବିଚାରପତିଙ୍କ ସଂଖ୍ୟା ୨୭ରେ ପହଞ୍ଚିଛି।

ସୂଚନାଯୋଗ୍ୟ,ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୋବନ୍ତ ସିଂହ ଓ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି ନେଇ ଗତ ୬ ତାରିଖରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଅନ୍ୟପକ୍ଷରେ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ସଂଜୟ କୁମାର ମିଶ୍ରଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ନେଇ ମଧ୍ୟ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos