ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପାଟଣାଗଡ଼ ବିସ୍ଫୋରଣ ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ଅନ୍ତରୀଣ ଜାମିନ। ପୁଞ୍ଜିଲାଲଙ୍କୁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ ଦେଲେ ହାଇକୋର୍ଟ। ମା’ଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ପାଇଁ ମିଳିଲା ଅନ୍ତରୀଣ ଜାମିନ। ୨୪ ତାରିଖରେ ଯାଇ ୨୮ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ ରହିଛି। ୨୮ ତାରିଖ ଦିନ ୧୧ଟା ମଧ୍ୟରେ ହାଜର ହେବାକୁ ନିର୍ଦ୍ଦେଶ ରହିଛି। ଅନ୍ତରୀଣ ଜାମିନ ସହ ଅନେକ କଡ଼ା ସର୍ତ୍ତ ରଖିଛନ୍ତି କୋର୍ଟ। ଜାମିନ ଅବଧିରେ ଗଣମାଧ୍ୟମକୁ ନଭେଟିବାକୁ କଡ଼ା ନିର୍ଦ୍ଦେଶ ରହିଛି।
କିଛି ଦିନ ତଳେ ମା’ଙ୍କ ଅନ୍ତ୍ୟେଷ୍ଟି ପାଇଁ ଜେଲରୁ ଆସିଥିଲେ ପୁଞ୍ଜିଲାଲ । ବଲାଙ୍ଗିର ଜେଲରୁ ଏସ୍କର୍ଟରେ ଯାଇ ଅନ୍ତ୍ୟେଷ୍ଟିରେ ଯୋଗ ଦେଇଥିଲେ। ପୁଞ୍ଜିଲାଲ ଏକମାତ୍ର ପୁତ୍ର ହୋଇଥିବାରୁ ମାଙ୍କୁ ମୁଖାଗ୍ନି ଦେବାକୁ ଆସିଥିଲେ। ଶେଷକୃତ୍ୟ ସରିବା ମାତ୍ରେ ପୁଞ୍ଜିଲାଲଙ୍କୁ ଜେଲକୁ ନିଆଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରକକୁ ପିଟିଲା କୋର୍ଟ ଭ୍ୟାନ୍, ପୁଲିସ୍ ଓ ମୁଦାଲା ଆହତ
ଟ୍ରକକୁ ପଛପଟୁ ପିଟିଲା କୋର୍ଟ ଭ୍ୟାନ୍ । ଏଥିରେ କୋର୍ଟ ଭ୍ୟାନ୍ର ସମ୍ମୁଖ କାଚ ଭାଙ୍ଗି ଚୁରମାର ହୋଇ ଯାଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି
୪୫ରୁ ୬୫ ବର୍ଷ ବୟସର ପ୍ରବାସୀ ଭାରତୀୟଙ୍କୁ ନେଇ ଦେଶର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ବୁଲିବ ପ୍ରବାସୀ ଭାରତୀୟ ଏକ୍ସପ୍ରେସ। ଟ୍ରେନର ସର୍ବାଧିକ ଯାତ୍ରୀ କ୍ଷମତା ହେଉଛି ୧୫୬, ଯାତ୍ରାର ସମୟ ଅବଧି ୩ ସପ୍ତାହ।
Crime
ନକଲି ସୁନା ଦେଇ ଲୁଟିବାକୁ ବସିଥିଲେ, ମାଡ଼ି ବସିଲା ପୁଲିସ୍
ଦେଖିବାକୁ ପୁରା ସୁନା ପରି ଚିକଚିକ୍ କରୁଥିଲା। ତିଳେ ବି ସନ୍ଦେହ ହେବାର ନ ଥିଲା। ଏପରି ନକଲି ସୁନା ଦେଇ ଅସଲି ଟଙ୍କା ଲୁଟିବାକୁ ବସିଥିଲା ଧୂର୍ତ୍ତ । ମାତ୍ର ତା’ ପୂର୍ବରୁ ମାଡ଼ି ବସିଲା ପୁଲିସ୍।
Events & Festivals
ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପ୍ରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଓଡ଼ିଶାର ବିକାଶରେ ପ୍ରବାସୀ ସାମିଲ୍ ହୁଅନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୁଞ୍ଜିନିବେଶ କରିବାକୁ ଯେଉଁସବୁ ଆବଶ୍ୟକତା ଅଛି, ସେ ସବୁ ଓଡ଼ିଶାରେ ପୂରଣ ହେବ।
Events & Festivals
ପ୍ରବାସୀ ଭାରତୀୟ ମହାକୁମ୍ଭକୁ ଉଦଘାଟନ କଲେ ମୋଦି, କହିଲେ- ପ୍ରତି ପ୍ରବାସୀଙ୍କ ହୃଦୟରେ ଭାରତର ସ୍ପନ୍ଦନ
ଦୁନିଆରେ ଯେତେବେଳେ ଖଣ୍ଡା ମୁନରେ ସାମ୍ରାଜ୍ୟ ବଢ଼ା ଯାଉଥିଲା ସେତେବେଳେ ସମ୍ରାଟ ଅଶୋକ ଏଠାରେ ଶାନ୍ତିର ବାଟ ବାଛିଥିଲେ। ସେ ଏଠାରେ ଧର୍ମାଶୋକରେ ପରିଣତ ହୋଇଥିଲେ। ଭବିଷ୍ୟତ ଯୁଦ୍ଧରେ ନୁହେଁ ବୁଦ୍ଧରେ ବୋଲି କହିଲେ ମୋଦି।