ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବକଳେବରର ଦ୍ୱିତୀୟ ପର୍ଯ୍ୟାୟ ଅର୍ଥାତ୍ ଅନ୍ତଃବନଯାଗ ଆରମ୍ଭ ହୋଇଛି।ଗତକାଲି ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ତତ୍ତ୍ୱବଧାନରେ ମହାଯଜ୍ଞ ସହ ନିର୍ମାଣ କୁଟୀରରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନିର୍ମାଣ କାମ। ପୋଥି ଏବଂ ଯବ ମାପ ଅନୁସାରେ ଦଇତାପତି ଓ ବାଡ଼ଗ୍ରାହୀଙ୍କ ତତ୍ତ୍ୱବଧାନରେ କାମରେ ଲାଗିଛନ୍ତି ୧୦ ଜଣ ବିଶ୍ୱକର୍ମା ମହାରଣା। କେହି ଯେପରି ଏହି ଗୁପ୍ତନୀତି ଦେଖି ନପାରିବେ ସେଥିପାଇଁ କୋଇଲି ବୈକୁଣ୍ଠ ପରିସରକୁ ସମ୍ପୂର୍ଣ୍ଣ ଆବଦ୍ଧ କରାଯାଇଛି। ତାସହ ପ୍ରତିମା ଗଢ଼ା ଯିବା ବେଳର ଶବ୍ଦ ମଧ୍ୟ ଯେପରି କାହାରି କାନରେ ନପଡେ଼ ସେଥିପାଇଁ ତେଲେଙ୍ଗି ବାଇଦ ଓ ଘଣ୍ଟ ବାଦ୍ୟରେ କମ୍ପୁଛି କୋଇଲି ବୈକୁଣ୍ଠ ପରିସର। ସେପଟେ ୧୬ ଶାସନର ଅନ୍ୟ ବ୍ରାହ୍ମଣମାନେ ଶ୍ରୀମନ୍ଦିର ପରିସରରେ ଥିବା ମାଆ ବିମଳା ଓ ମହାଲକ୍ଷ୍ମୀଙ୍କ ସହ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିବା ଅଷ୍ଟଚଣ୍ଡୀ, ଅଷ୍ଟଶମ୍ଭୁ ଓ ପଞ୍ଚମହାଦେବଙ୍କ ପୀଠରେ ଚଣ୍ଡିପାଠ ଓ ଜପ ଜଜ୍ଞ କରୁଛନ୍ତି। ଯାହା ଆସନ୍ତା ୧୧ ଦିନ ଧରି ଚାଲିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅଫେରା ପଥରେ ଚାଳିଗଲେ ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।