Advertisment

ପ୍ରବଳ ବର୍ଷା: ପୁରୀରେ ୮୭ ବର୍ଷ ଓ ଭୁବନେଶ୍ୱରରେ ୬୩ ବର୍ଷର ରେକର୍ଡ ଭାଙ୍ଗିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ପୁରୀ ଓ ଭୁବନେଶ୍ୱରରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବର୍ଷା ପୁରୀରେ ୮୭ ବର୍ଷର ରେକର୍ଡ ଭାଙ୍ଗି ଥିବା ବେଳେ ଭୁବନେଶ୍ୱରରେ ୬୩ ବର୍ଷର ରେକର୍ଡ ଭାଙ୍ଗିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି ଯେ ରବିବାର ସକାଳ ସାଢ଼େ ୮ଟାରୁ ସୋମବାର (ଆଜି) ସକାଳ ସାଢ଼େ ୮ଟା ମଧ୍ୟରେ ଅର୍ଥାତ୍ ୨୪ ଘଣ୍ଟାରେ […]

ଅଦ୍ୟତନ ହୋଇଛି
ପ୍ରବଳ ବର୍ଷା: ପୁରୀରେ ୮୭ ବର୍ଷ ଓ ଭୁବନେଶ୍ୱରରେ ୬୩ ବର୍ଷର ରେକର୍ଡ ଭାଙ୍ଗିଲା

Rain Water

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ପୁରୀ ଓ ଭୁବନେଶ୍ୱରରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବର୍ଷା ପୁରୀରେ ୮୭ ବର୍ଷର ରେକର୍ଡ ଭାଙ୍ଗି ଥିବା ବେଳେ ଭୁବନେଶ୍ୱରରେ ୬୩ ବର୍ଷର ରେକର୍ଡ ଭାଙ୍ଗିଛି।

Advertisment

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି ଯେ ରବିବାର ସକାଳ ସାଢ଼େ ୮ଟାରୁ ସୋମବାର (ଆଜି) ସକାଳ ସାଢ଼େ ୮ଟା ମଧ୍ୟରେ ଅର୍ଥାତ୍ ୨୪ ଘଣ୍ଟାରେ ପୁରୀରେ ସର୍ବାଧିକ ୩୪୧ ମିମି ବର୍ଷା ରେକର୍ଡ କରାଯାଇଛି। ଏହି ସମୟ ମଧ୍ୟରେ ଭୁବନେଶ୍ୱରରେ ୧୯୫ ମିମି ବର୍ଷା ହୋଇଛି। ସେହିପରି ପାରାଦୀପରେ ୨୧୯ ମିମି, ବାଲେଶ୍ୱରରେ ୨୪ ମିମି, ଗୋପାଳପୁରରେ ୬୪ ମିମି ଓ ଚାନ୍ଦବାଲିରେ ୪୬ ମିମି ବର୍ଷା ରେକର୍ଡ କରାଯାଇଛି।

ଲଗାଣ ବର୍ଷା ଯୋଗୁ ଭୁବନେଶ୍ୱରରେ ରାସ୍ତାଘାଟରେ ଲହଡ଼ି ମାରୁଛି ପାଣି। ଅନେକ ଅଞ୍ଚଳରେ ରାସ୍ତା ଉପରେ ପାଣି ଭରି ଯାଇଥିବା ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ବର୍ଷା ସାଙ୍ଗକୁ ହାଲୁକା ପବନ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପୁରୁଣା ଭୁବନେଶ୍ୱର ସ୍ଥିତି ଅନେକ ମନ୍ଦିରରେ ପାଣି ପଶିଯାଇଛି।

Advertisment

ପାରାଦୀପରେ ଜୋରରେ ବର୍ଷା ହେଉଥିବା ବେଳେ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ବର୍ଷା ସାଙ୍ଗକୁ ପବନ ଯୋଗୁଁ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି। ମଧୁବନ ଅଞ୍ଚଳବାସୀ ସମ୍ପୂର୍ଣ୍ଣ ଭାବେ ଜଳବନ୍ଦୀ ହୋଇଯାଇଛନ୍ତି। ଅନେକ ତଳିଆ ଅଞ୍ଚଳରେ ପାଣି ଜମି ଯାଇଛି। ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଛି। କୁଜଙ୍ଗରେ ଗଛ ସାଙ୍ଗକୁ କେତେକ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ପଡ଼ିଛି।

ଜଗତସିଂହପୁର ଜିଲ୍ଲାରେ ଲଗାଣ ବର୍ଷାରେ ଲୋକେ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ୩ ଦିନ ହେଲା ବର୍ଷା ଲାଗି ରହିଥିବାରୁ ଅନେକ ଲୋକଙ୍କ ଘରେ ପାଣି ପଶିଯାଇଛି। ବାଲିକୁଦା, ଏରସମା, ତିର୍ତ୍ତୋଲ, ନାଉଗାଁ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଲୋକେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି।

ଅନ୍ୟପକ୍ଷରେ ଲଘୁଚାପ ଅବପାତର ରୂପ ନେବା ପରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଚାନ୍ଦବାଲି ଦେଇ ଆଜି ସକାଳେ ଓଡ଼ିଶା ଉପକୂଳ ଅତିକ୍ରମ କରିଛି। ଆଜି ଦିନ ତମାମ ୭ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଲାଗି ରହିବ। ସେହି ଜିଲ୍ଲା ଗୁଡ଼ିକ ହେଉଛି- ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼।

ଗଭୀର ଅବପାତ ପ୍ରଭାବରେ ପଶ୍ଚିମ ଓଡ଼ିଶା ବି ପ୍ରବଳ ବର୍ଷା ହେବ। ସମ୍ବଲପୁର, ଦେବଗଡ଼, ସୋନପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବ। ସେହିପରି ଅନୁଗୋଳରେ ବି ପ୍ରବଳ ବର୍ଷା ହେବ।

Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe