ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି।  ଏଥିପାଇଁ ପାଖାପାଖି ସାଢ଼େ ୪ ଘଣ୍ଟା ଧରି ବନ୍ଦ ରହିବ ଶ୍ରୀମନ୍ଦିର ଗର୍ଭଗୃହରେ ଶ୍ରୀଜୀଉଙ୍କ ଦର୍ଶନ। ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୬ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ଦତ୍ତ ମହାପାତ୍ର ସେବାୟତମାନେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।