ପୁରୀ: କାର-ବାଇକ୍ ମୁହାଁମୁହିଁ ଧକ୍କା,୩ଆହତ

ପୁରୀ:  ପୁରୀ ଜିଲ୍ଲା ବୀର ହରେକୃଷ୍ଣପୁର ଛକରେ କାର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩ଜଣ ବାଇକ୍‌ ଆରୋହୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଛି। ଆହତମାନଙ୍କୁ ପ୍ରଥମେ ପୁରୀ ଜିଲ୍ଲା ମୁଖ୍ୟ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।