ପୁରୀ(ଓଡ଼ିଶା ରିପୋର୍ଟର):ପୁରୀ ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ରଙ୍କୁ ନୋଟିସ୍ କରାଯାଇଛି । ସମ୍ବିତଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ପୁରୀ ଜିଲ୍ଲାପାଳ। ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ କରିବା ଅଭିଯୋଗରେ ଏହି ନୋଟିସ୍ ଜାରି ହୋଇଛି । ଉତ୍ତରାରୁ ପୁରୀ ପର୍ଯ୍ୟନ୍ତ ଶୋଭାଯାତ୍ରା ପାଇଁ ଅନୁମତି ନ ନେଇ ଶୋଭାଯାତ୍ରା କରିଥିବାରୁ ନୋଟିସ୍ ଜାରି ହୋଇଛି।
ସୂଚନା ଅନୁଯାୟୀ, ସମ୍ବିତ ପାତ୍ରଙ୍କ ବିରୁଦ୍ଧରେ କଂଗ୍ରେସ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ ଆଣିଥିଲା। ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ରଙ୍କ ନେତୃତ୍ୱରେ କଂଗ୍ରେସର ଏକ ପାଞ୍ଚଜଣିଆ ପ୍ରତିନିଧି ଦଳ ଗତକାଲି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଡଃ ପାତ୍ରଙ୍କ ବିରୁଦ୍ଧରେ ଅଭିଯୋଗ କରିଥିଲେ। ସମ୍ବିତ ପାତ୍ର ଓଡ଼ିଶାର ଆରାଧ୍ୟ ଦେବତା ପ୍ରଭୁ ଜଗନ୍ନାଥଙ୍କ ବିଗ୍ରହକୁ ହାତରେ ଧରି ନିର୍ବାଚନ ରାଲି କରିଥିଲେ।
ଯାହାକି ନିର୍ବାଚନ ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲଙ୍ଘନ ବୋଲି କଂଗ୍ରେସ ଅଭିଯୋଗ କରିଥିଲା। ତେଣୁ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ କଂଗ୍ରେସ ଦାବି କରିଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।