Advertisment

ସ୍ନାନଯାତ୍ରାରେ ଛେରାପହଁରା କରିବେନି ଗଜପତି ମହାରାଜା ଦିବ୍ୟସିଂହ ଦେବ

ପୁରୀ (ଓଡ଼ିଶା ରିପୋର୍ଟର): ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ହେଲେ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରାରେ ଛେରାପହଁରା କରିବେନି ଗଜପତି ମହାରାଜା ଦିବ୍ୟସିଂହ ଦେବ। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଗଜପତି ଛେରାପହଁରା ନୀତି କରିବେ ନାହିଁ ବୋଲି ଗଜପତି ମହାରାଜଙ୍କ କାର୍ଯ୍ୟାଳୟରୁ ଜଣାପଡ଼ିଛି। ତେଣୁ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତ ଏଥର ସ୍ନାନ ଯାତ୍ରା ବେଳେ ଛେରାପହଁରା ନୀତି କରିବେ। ଗତବର୍ଷ ମଧ୍ୟ ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିନଥିଲେ।  ସେପଟେ ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ […]

author-image
Manoranjan Sial
ଅଦ୍ୟତନ ହୋଇଛି
କୃତଜ୍ଞତା ଜଣାଇଲେ ଗଜପତି ମହାରାଜ

puri

ପୁରୀ (ଓଡ଼ିଶା ରିପୋର୍ଟର): ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ହେଲେ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରାରେ ଛେରାପହଁରା କରିବେନି ଗଜପତି ମହାରାଜା ଦିବ୍ୟସିଂହ ଦେବ। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଗଜପତି ଛେରାପହଁରା ନୀତି କରିବେ ନାହିଁ ବୋଲି ଗଜପତି ମହାରାଜଙ୍କ କାର୍ଯ୍ୟାଳୟରୁ ଜଣାପଡ଼ିଛି। ତେଣୁ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତ ଏଥର ସ୍ନାନ ଯାତ୍ରା ବେଳେ ଛେରାପହଁରା ନୀତି କରିବେ। ଗତବର୍ଷ ମଧ୍ୟ ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିନଥିଲେ। 

Advertisment

ସେପଟେ ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ଆଜି ରାତିରୁ ଲାଗୁ ହେବ ୧୪୪ ଧାରା। ବୁଧବାର ରାତି ୧୦ଟାରୁ ୧୪୪ ଧାରା ଜାରି ହୋଇ ୨୫ ତାରିଖ ଯାଏଁ ଏହା ବଳବତ୍ତର ରହିବ। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଓ ବିନା ଭକ୍ତରେ ସ୍ନାନ ପୂର୍ଣ୍ଣିମା ଆୟୋଜନ ହେଉଥିବାରୁ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। କେବଳ ଅନୁମତି ପ୍ରାପ୍ତ ବ୍ୟକ୍ତିବିଶେଷଙ୍କୁ ପୁରୀ ପ୍ରବେଶ ପାଇଁ ଅନୁମତି ରହିଛି।ଆଦେଶ ଉଲ୍ଲଙ୍ଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସ୍ନାନ ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସ୍ନାନ ଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ମୁତୟନ ହେବେ ୩୫ ପ୍ଲାଟୁନ୍ ଫୋର୍ସ ୫ ଜଣ ଅତିରିକ୍ତ ଏସ୍‌ପି, ୨୩ ଡିଏସ୍‌ପି ଏବଂ ୪୧ ଇନ୍ସପେକ୍ଟର ସୁରକ୍ଷା ଦାୟିତ୍ୱରେ ରହିବେ। ସୁରକ୍ଷା ଦୃଷ୍ଟିରୁ ସହରକୁ ୬ଟି ଜୋନ୍‌ରେ ବିଭକ୍ତ କରାଯାଇଥିବା ବେଳେ ୧୫ଟି ସିସିଟିଭି କ୍ୟାମେରା ଲଗାଯାଇଛି।

Advertisment

ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ

ଶ୍ରୀକ୍ଷେତ୍ର ଛଡ଼ା ଅନ୍ୟ ସ୍ଥାନରେ ରଥଯାତ୍ରା କରିବା ପାଇଁ ହାଇକୋର୍ଟରେ ଆବେଦନ ଉପରେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଉପରେ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି କୋର୍ଟ। କୋଭିଡ୍ ସଂକ୍ରମଣ ଯୋଗୁ ପୁରୀ ଛଡ଼ା ଅନ୍ୟ ସ୍ଥାନରେ ରଥଯାତ୍ରା ହେବନି ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଏ ସଂପର୍କୀତ ସରକାରୀ ନିର୍ଦ୍ଦେଶନାମାରେ ହସ୍ତକ୍ଷେପ ପାଇଁ କୋର୍ଟ ମନା କରିଦେଇଛନ୍ତି।

ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି କେନ୍ଦ୍ରାପଡ଼ା ଓ ଭଟଲୀରେ ରଥଯାତ୍ରା ପାଇଁ ହାଇକୋର୍ଟରେ ମାମଲା ହୋଇଥିଲା। କେନ୍ଦ୍ରାପଡ଼ା ପାଇଁ ୪ଟି ଓ ଭଟଲୀ ପାଇଁ ଗୋଟିଏ ମାମଲା ହୋଇଥିଲା। ତେବେ ରଥଯାତ୍ରା ନେଇ ସରକାରୀ ନିଷ୍ପତ୍ତିରେ ହସ୍ତକ୍ଷେପ ପାଇଁ ମନା କରିବା ସହ ସବୁ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ତେବେ ହାଇକୋର୍ଟଙ୍କ ରାୟ ବିରୋଧରେ ସୁପ୍ରିମକୋର୍ଟ ଯିବେ ବୋଲି ଆବେଦନକାରୀଙ୍କ ଓକିଲ କହିଛନ୍ତି।

Snana Yatra 2021