ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ବେଳାଭୂମିର ଗୋଟିଏ ଅଂଶକୁ ବ୍ଲୁ ଫ୍ଲାଗ ବିଚ୍ ମାନ୍ୟତା ମିଳିଛି। ଡେନମାର୍କର ସଂସ୍ଥା ଫାଉଣ୍ଡେସନ ଫର୍ ଏନଭାଇରନମେଣ୍ଟାଲ ଏଜୁକେସନ- FEE ପକ୍ଷରୁ ଦିଗବାରେଣୀ ଖୁଣ୍ଟିଠାରୁ ମେ ଫେୟାର ହୋଟେଲ ଯାଏ ୮୬୦ ମିଟର ଲମ୍ବର ବେଳାଭୂମିକୁ ବ୍ଲୁ ଫ୍ଲାଗ ବିଚ୍ ମାନ୍ୟତା ଦିଆଯାଇଛି । ଫଳରେ ଏଠାରେ ସମସ୍ତ ପ୍ରକାର ଅନ୍ତର୍ଜାତୀୟ ସୁବିଧା ମିଳିପାରିବ।
ବିଶେଷ କରି ବାଥିଂ ଜୋନ, ସୁରକ୍ଷିତ ସ୍ଥାନ, ଟଏଲଟ ବ୍ୟବସ୍ଥା ସହ ସନ୍ତୁଳିତ ପରିବେଶ, ଚେଞ୍ଜିଂ ରୁମ୍, ପରିଷ୍କାର ପରିଛନ୍ନ ସମୁଦ୍ର ବେଳାଭୂମି ସହ ୨୪ ଘଣ୍ଟିଆ ପର୍ଯ୍ୟଟକଙ୍କ ସୁରକ୍ଷା ବ୍ୟବସ୍ଥା ରହିବ । ଏହିସବୁ ସର୍ତ୍ତ ପୂରଣ କରିବାରୁ FEE ପୁରୀ ବେଳାଭୂମିକୁ ବ୍ଲୁ ଫ୍ଲାଗ ବିଚ୍ ମାନ୍ୟତା ଦେଇଛି । ପୁରୀ ବ୍ୟତୀତ ଦେଶର ଆଉ ୭ଟି ବେଳାଭୂମିକୁ ବ୍ଲୁ ଫ୍ଲାଗ ବିଚ୍ ମାନ୍ୟତା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।