ଖୋଲିବ ଶ୍ରୀମନ୍ଦିର

ପୁରୀ (ଓଡ଼ିଶା ରିପୋର୍ଟର): ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ। ଆଜି ଛତିଶା ନିଯୋଗ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର। ସେ କହିଛନ୍ତି, ଏଥିପାଇଁ ୨ ଦିନ ଭିତରେ ସରକାରଙ୍କୁ ସୁପାରିସ କରାଯିବ। ସରକାର ଅନୁମତି ଦେଲା ପରେ ମନ୍ଦିର ଖୋଲାଯିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି, ଦର୍ଶନ ଆରମ୍ଭ ପରେ ବି କଟକଣା ଜାରି ରହିବ। ମନ୍ଦିର ଖୋଲିବା ପରେ ପ୍ରଥମ […]

puri

Jitendra Garnayak
  • Published: Saturday, 12 December 2020
  • , Updated: 12 December 2020, 03:12 PM IST

ପୁରୀ (ଓଡ଼ିଶା ରିପୋର୍ଟର): ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ। ଆଜି ଛତିଶା ନିଯୋଗ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର। ସେ କହିଛନ୍ତି, ଏଥିପାଇଁ ୨ ଦିନ ଭିତରେ ସରକାରଙ୍କୁ ସୁପାରିସ କରାଯିବ। ସରକାର ଅନୁମତି ଦେଲା ପରେ ମନ୍ଦିର ଖୋଲାଯିବ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି, ଦର୍ଶନ ଆରମ୍ଭ ପରେ ବି କଟକଣା ଜାରି ରହିବ। ମନ୍ଦିର ଖୋଲିବା ପରେ ପ୍ରଥମ ୪/୫ ଦିନ ପୁରୀ ଲୋକଙ୍କୁ ଦର୍ଶନ ଅନୁମତି ଦିଆଯିବ। ଭିଡ଼ ଦୃଷ୍ଟିରୁ ଜାନୁଆରୀ ୧ ଏବଂ ୨ ତାରିଖରେ ଦର୍ଶନ ବନ୍ଦ ରହିବ। ୩ ତାରିଖ ଠାରୁ ପୁଣି ସାଧାରଣ ଦର୍ଶନ ଆରମ୍ଭ କରାଯିବ।

ସେ ଆହୁରି କହିଛନ୍ତି, ୩ ତାରିଖ ଠାରୁ ପୁରୀ ସହ ବାହାର ଲୋକ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ। ଦର୍ଶନ ବ୍ୟବସ୍ଥା ପାଇଁ ଏସ୍‌ଓପି ଲାଗୁ କରାଯିବ। ସବୁ ଦର୍ଶନାର୍ଥୀ ମାସ୍କ ପିନ୍ଧିବା ଓ ସାନିଟାଇଜର ଲଗାଇବା ଜରୁରୀ। ଶ୍ରୀମନ୍ଦିର ୪ ଦ୍ୱାରରେ ପ୍ରଶାସନ ପକ୍ଷରୁ ସାନିଟାଇଜର ଦିଆଯିବ।

ମୁଖ୍ୟ ପ୍ରଶାସକ କ୍ରିଷନ କୁମାର କହିଛନ୍ତି, ୬୫ ବର୍ଷରୁ ଅଧିକ ବୟସ୍କ, ପିଲାଙ୍କୁ ନଆସିବାକୁ ଅନୁରୋଧ କରିବୁ। ୩ ତାରିଖଠାରୁ ପ୍ରତି ଦିନ ୫ ହଜାର ଭକ୍ତଙ୍କୁ ଦର୍ଶନ ଅନୁମତି ମିଳିବ। ପ୍ରଥମ ସପ୍ତାହରେ ଦୈନିକ ୫ ହଜାର ପରେ ସଂଖ୍ୟା ଆଗକୁ ବଢ଼ିବ। ମାସେ, ୨ ମାସ ମଧ୍ୟରେ ଅଧିକ ଦର୍ଶନାର୍ଥୀଙ୍କୁ ଅନୁମତି ମିଳିପାରିବ। ଏବେ ମହାପ୍ରସାଦ ସମସ୍ତେ ପାଇପାରିବେ।

 

Related story