Advertisment

୧୬ରୁ ଖୋଲିବ ଶ୍ରୀମନ୍ଦିର, ୨୩ରୁ ସର୍ବସାଧାରଣ ଦର୍ଶନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅଗଷ୍ଟ ୧୬ ତାରିଖରୁ ଖୋଲିବ ଶ୍ରୀମନ୍ଦିର। ପ୍ରଥମ ୫ ଦିନ ପୁରୀ ସହରବାସୀ ମହାପ୍ରଭୁଙ୍କୁ ଦର୍ଶନ କରିବେ। ୨୩ ତାରିଖରେ ସବୁ ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରିବେ। କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ଶ୍ରଦ୍ଧାଳୁମାନେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାର। ମହାମାରୀ କରୋନା ପାଇଁ ଦର୍ଶନ ବନ୍ଦ ରହିଥିଲା ଶ୍ରୀମନ୍ଦିର। ବିନା ଭକ୍ତରେ ହୋଇଥିଲା ମହାପ୍ରଭୁଙ୍କ ଘୋଷ ଯାତ୍ରା। ରଥଯାତ୍ରା ସରିବା ପରେ ଶ୍ରୀମନ୍ଦିର ଖୋଲିବା […]

ଅଦ୍ୟତନ ହୋଇଛି
୭୫ କୋଟିର ୟୁସି ଦେଇନି ଶ୍ରୀମନ୍ଦିର ପ୍ରଶାସନ, ଭକ୍ତ ନଚଢ଼ିବା ପାଇଁ ୨ ବର୍ଷରେ ଦଇତାପତିଙ୍କୁ ୩ କୋଟି

Puri JagannathTemple

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅଗଷ୍ଟ ୧୬ ତାରିଖରୁ ଖୋଲିବ ଶ୍ରୀମନ୍ଦିର। ପ୍ରଥମ ୫ ଦିନ ପୁରୀ ସହରବାସୀ ମହାପ୍ରଭୁଙ୍କୁ ଦର୍ଶନ କରିବେ। ୨୩ ତାରିଖରେ ସବୁ ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରିବେ। କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ଶ୍ରଦ୍ଧାଳୁମାନେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାର।

Advertisment

ମହାମାରୀ କରୋନା ପାଇଁ ଦର୍ଶନ ବନ୍ଦ ରହିଥିଲା ଶ୍ରୀମନ୍ଦିର। ବିନା ଭକ୍ତରେ ହୋଇଥିଲା ମହାପ୍ରଭୁଙ୍କ ଘୋଷ ଯାତ୍ରା। ରଥଯାତ୍ରା ସରିବା ପରେ ଶ୍ରୀମନ୍ଦିର ଖୋଲିବା ନେଇ ଆଜି ବସିଥିଲା ଛତିଶାନିଯୋଗ ବୈଠକ। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନକ କ୍ରିଷନ୍‌ କୁମାର ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଛତିଶାନିଯୋଗ ମହାନାୟକ ଜନାର୍ଦ୍ଦନ ପାଟଯୋଶୀ ମହାପାତ୍ର, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି ବିଶାଲ ସିଂ, ସିଡିଏମଓ ସୂଜାତା ମିଶ୍ର, ଛତିଶଟି ନିଯୋଗର ପ୍ରତିନିଧିମାନେ ଯୋଗଦେଇଥିଲେ।

ବୈଠକ ପରେ ଶ୍ରୀମନ୍ଦିର ଖୋଲିବା ନେଇ ମୁଖ୍ୟପ୍ରଶାସକ ଘୋଷଣା କରିଛନ୍ତି। ନିଷ୍ପତ୍ତି ଅନୁସାରେ ଆସନ୍ତା ୧୬ ତାରିଖ ସୋମବାରରୁ ଖୋଲିବ ଶ୍ରୀମନ୍ଦିର। ପ୍ରଥମ ପାଞ୍ଚ ଦିନ ପୁରୀ ସହରବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ହୋଇଛି। ୧୬ରୁ ୨୦ ତାରିଖ ପର୍ଯ୍ୟନ୍ତ ପୁରୀବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ହୋଇଛି। ୨୧ ଓ ୨୨ ତାରିଖ ଶଟ୍‌ଡାଉନ୍‌ ଥିବାରୁ ଭକ୍ତଙ୍କୁ ମନ୍ଦିର ଭିତରେ ପ୍ରବେଶ ମନା କରାଯାଇଛି। ସେହି ଦୁଇ ଦିନ ଶ୍ରୀମନ୍ଦିର ପରିସର ସାନିଟାଇଜ୍‌ କରାଯିବ। ୨୩ ତାରିଖରୁ ସମସ୍ତ ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର। ଶ୍ରଦ୍ଧାଳୁଙ୍କ ପାଇଁ ଡବଲ ଡୋଜ ଟିକା କିମ୍ବା RT-PCR ନେଗେଟିଭ ଜରୁରୀ। ୯୬ ଘଣ୍ଟା ପୂର୍ବରୁ RT-PCR ନେଗେଟିଭ ରିପୋର୍ଟ ଥିବା ଜରୁରୀ। ସକାଳ ୭ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି ମିଳିବ। ସପ୍ତାହାନ୍ତ ଶଟଡାଉନ, ଜନ୍ମାଷ୍ଟମୀ ଦିନ ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁ ମନା। ଏନେଇ ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ ଘୋଷଣା କରିଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe