ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସୂର୍ଯ୍ୟପରାଗ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି କରାଯାଉଛି । ରାତିସାରା ଉଜାଗର ରହିଛନ୍ତି ମହାପ୍ରଭୁ ଜଗନ୍ନାଥ । ଧାଡ଼ିବାନ୍ଧି ହଜାର ହଜାର ଭକ୍ତ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ରାତିସାରା ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେବା ବିରଳ ଘଟଣା, ଯାହା ବର୍ଷ ବର୍ଷ ଧରି କେବେ ହୋଇନଥିଲା ବୋଲି ସେବାୟତ କହିଛନ୍ତି ।
ଜ୍ୟୋତିଷଶାସ୍ତ୍ର ଅନୁସାରେ, ଏହା ଖଣ୍ଡଗ୍ରାସ, କେତୁଗ୍ରସ୍ତ ସୂର୍ଯ୍ୟପରାଗ । ତେଣୁ ଏହାର ୧୨ ଘଣ୍ଟା ପୂର୍ବରୁ ଅର୍ଥାତ୍ ଗତକାଲି ରାତି ୮ଟା ୨୦ ଠାରୁ ପାକତ୍ୟାଗ ଓ ଦେବନୀତି ନିଷେଧ ରହିଛି । ଆଜି ସକାଳ ୮ଟା ୨୦ ମିନିଟ୍ ୮ ସେକେଣ୍ଡରେ ନୀତିକାନ୍ତି ଆରମ୍ଭ ହେବ ।
ଆଜି ସୂର୍ଯ୍ୟଙ୍କୁ ପରାଗ ସ୍ପର୍ଶ କରିବା ପରେ ନୀତିକାନ୍ତି ଆରମ୍ଭ ହେବ । ଶ୍ରୀମନ୍ଦିରରେ ଗ୍ରହଣ ମହାସ୍ନାନ ଅନୁଷ୍ଠିତ ହେବ । ପ୍ରାୟ ୧ ଘଣ୍ଟା ଧରି ଚାଲିବ ମହାପ୍ରଭୁଙ୍କ ଏହି ଗ୍ରହଣ ମହାସ୍ନାନ ନୀତି । ଏହାପରେ ଗ୍ରହଣ ଖଇକରା ଭୋଗ ଅନୁଷ୍ଠିତ ହେବ । ଏହାପରେ ମଙ୍ଗଳ ଆଳତୀ, ମଇଲମ, ତଡ଼ପଲାଗି, ଅବକାଶ, ପହିଲିଭୋଗ, ଗୋପାଳବଲ୍ଲଭ ଓ ସକାଳଧୂପ ଅନୁଷ୍ଠିତ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Miscellaneous
ସରିଲା ଐତିହାସିକ କଟକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟି ଟଙ୍କା ବେପାର
ଐତିହାସିକ କଟକ ବାଲିଯାତ୍ରା ସରିବା ପରେ ୯ ଦିନର କୋଳାହଳ ଏବେ ଶାନ୍ତ ପଡ଼ିଛି। ୯ ଦିନରେ ୨୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବାବେଳେ ସେଥିରୁ କେବଳ ଓରମାସ ୪୦ କୋଟି ଟଙ୍କାର ବ୍ୟବସାୟ କରିଥିବା ଜଣାପଡ଼ିଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Miscellaneous
ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କି ସୁଡ଼ଙ୍ଗ, ମରାମତି ବାଟ ଫିଟିଲା
ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଜିପିଆରଏସ୍ ସର୍ଭେ ରିପୋର୍ଟରୁ ହେଲା ସ୍ପଷ୍ଟ। ଦିନେ ଦୁଇ ଦିନରେ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
Politics
ରାସ୍ତା ମରାମତି କାମକୁ ନେଇ ତାତିଲେ ନଗର ଉନ୍ନୟନ ମନ୍ତ୍ରୀ
ମୟୂରଭଞ୍ଜ ଜିଲ୍ଲା ଏନଏଚ୍-୪୯ ବାଙ୍ଗିରିପୋଷି ଘାଟିରେ ରାସ୍ତା ମରାମତି କାର୍ଯ୍ୟର ଅଗ୍ରଗତି ହେଉନାହିଁ। PDଙ୍କୁ ଗିରଫ କରି ଜେଲ୍ ପଠାଇବାକୁ କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।