ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ(ଓଡ଼ିଶା ରିପୋର୍ଟର):  ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା  ଆଦି ପ୍ରାକୃତିକ ରଂଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ସ୍ୱତନ୍ତ୍ର ନୀତି ପ୍ରାୟ ଚାରି ଘଣ୍ଟା ଧରି ଚାଲିବ । ଏଥିପାଇଁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ […]

puri temple

puri temple

Niharika Rout
  • Published: Wednesday, 15 December 2021
  • Updated: 15 December 2021, 08:01 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର):  ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା  ଆଦି ପ୍ରାକୃତିକ ରଂଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ସ୍ୱତନ୍ତ୍ର ନୀତି ପ୍ରାୟ ଚାରି ଘଣ୍ଟା ଧରି ଚାଲିବ ।

ଏଥିପାଇଁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ ପାଇଁ ଭକ୍ତମାନଙ୍କୁ ଶ୍ରୀମନ୍ଦିର ଭିତରକୁ ଛଡାଯିବ ବୋଲି ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି  ।

ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ପ୍ରଥା ଓ ପରମ୍ପରା ଅନୁଯାୟୀ ପ୍ରତ୍ୟେକ ବୁଧବାର କିମ୍ବା ଗୁରୁବାର ଶ୍ରୀମନ୍ଦିରରେ ବନକ ଲାଗି ନୀତି ପାଳନ ହେବାର ବିଧି ରହିଛି  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos