ଆଜିଠୁ ୩ ଦିନ ବନ୍ଦ ରହିବ ଜଗା ଦର୍ଶନ

ପୁରୀ(ଓଡ଼ିଶା ରିପୋର୍ଟର): ଆଜିଠାରୁ ତିନି ଦିନ ବନ୍ଦ ରହିବ ଜଗା ଦର୍ଶନ । ମନ୍ଦିର ପ୍ରଶାସନ ସୂଚନା ଅନୁସାରେ, ଆଜି ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି । ସେପଟେ ପୂର୍ବ ଏସ୍ଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ଲଗାତର ତିନିଦିନ ଶ୍ରୀମନ୍ଦିର ବନ୍ଦ ରହିବା ପରେ ସୋମବାରଠାରୁ ଭକ୍ତମାନେ ପରିବର୍ତ୍ତିତ ନୂଆ ଏସ୍ଓପି ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ କରିବେ । ଏହି ଏସ୍ଓପି […]

puri temple

puri temple

Niharika Rout
  • Published: Friday, 10 September 2021
  • Updated: 10 September 2021, 08:14 AM IST

ପୁରୀ(ଓଡ଼ିଶା ରିପୋର୍ଟର): ଆଜିଠାରୁ ତିନି ଦିନ ବନ୍ଦ ରହିବ ଜଗା ଦର୍ଶନ । ମନ୍ଦିର ପ୍ରଶାସନ ସୂଚନା ଅନୁସାରେ, ଆଜି ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଛି । ସେପଟେ ପୂର୍ବ ଏସ୍ଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ ।

ଲଗାତର ତିନିଦିନ ଶ୍ରୀମନ୍ଦିର ବନ୍ଦ ରହିବା ପରେ ସୋମବାରଠାରୁ ଭକ୍ତମାନେ ପରିବର୍ତ୍ତିତ ନୂଆ ଏସ୍ଓପି ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ କରିବେ । ଏହି ଏସ୍ଓପି ଅନୁସାରେ କେବଳ ରବିବାର ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ବାକି ୬ ଦିନ ଭକ୍ତମାନେ ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ  ।

ସେପଟେ ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ କଟକଣା ହଟାଇ ଦିଆଯାଇଥିବାରୁ ସୋମବାରଠାରୁ ଭକ୍ତମାନେ ଆନନ୍ଦବଜାରରେ ବସି ସପରିବାର ମହାପ୍ରସାଦ ସେବନ କରିପାରିବେ । ମହାପ୍ରଭୁଙ୍କ ପାଇଁ ଫୁଲ, ଦୀପ, ଧୂପ ନେଇ ଶ୍ରୀମନ୍ଦିରକୁ ଯାଇପାରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos