ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ଅପରାହ୍ନ ୩ଟା ୩୦ରୁ ରାତି ପ୍ରାୟ ୮ଟା ଯାଏଁ ଦର୍ଶନ ବନ୍ଦ

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ  ଅପରାହ୍ନ ୩ଟା ୩୦ରୁ  ରାତି ପ୍ରାୟ ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଏହି ଅବସରରେ ମହାପ୍ରଭୁଙ୍କ ଶ୍ରୀମୁଖକୁ ପ୍ରାକୃତିକ ରଙ୍ଗରେ ଶୃଙ୍ଗାର କରାଯାଇଥାଏ।