ବାହୁଡ଼ା ଦିନ ଶ୍ରୀକ୍ଷେତ୍ରରେ ବଳଭଦ୍ରଙ୍କ ରଥ ଦଉଡ଼ି ଛିଡ଼ି ଗୁରୁତର ଥିବା ଭୋଇ ସେବକ ନକୁଳ ଭୋଇଙ୍କର ଆଜି ମୃତ୍ୟୁ ହୋଇଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ବେଳେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦଉଡ଼ି ଛିଡ଼ି ଯାଇଥିଲା। ଦୁର୍ଘଟଣାରେ ଭୋଇ ସେବାୟତ ନକୁଳଙ୍କ ସମେତ ୬ ଜଣ ଆହତ ହୋଇଥିଲେ। ମାର୍କେଟ ଛକରେ ଏହି ଅଘଟଣ ଘଟିଥିଲା। ରଥ ଦଉଡିଟି ନକୁଳଙ୍କ ମୁହଁରେ ବାଜି ଥିଲା। ତାଙ୍କ ଦାନ୍ତ ଓ ମାଡ଼ିରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ତୁରନ୍ତ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ଭୁବନେଶ୍ୱର ଏମ୍ସ ଆଇସିୟୁରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି।
ରଥ ଦଉଡ଼ି ଛିଡ଼ି ଆହତ ହୋଇଥିବା ଅନ୍ୟ ସମସ୍ତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ୍ ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ଏଥର ପଞ୍ଚୁକ ଚାରିଦିନ, ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ
ଚଳିତ ବର୍ଷ ପଞ୍ଚୁକ ପାଞ୍ଚଦିନ ପରିବର୍ତ୍ତେ ଚାରିଦିନ ପଡୁଥିବାରୁ ପୁରୀରେ ଜମିବ ଅସମ୍ଭାଳ ଭିଡ଼। ଶୃଙ୍ଖଳିତ ଦର୍ଶନ ଏବଂ ଟ୍ରାଫିକ ପରିଚାଳନା ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନେଇଛି ପୁରୀ ପ୍ରଶାସନ।

Miscellaneous
ପୁରୀ ବେଳାଭୂମିରୁ ମଣିଷ କଙ୍କାଳ ଉଦ୍ଧାର
ଏହା ଜଣେ ପୁରୁଷ କଙ୍କାଳ ବୋଲି ସେଠାରେ ମିଳିଥିବା ସାର୍ଟରୁ ଅନୁମାନ କରାଯାଉଛି।